www.samajalive.in
Saturday, December 6, 2025
23.1 C
Bhubaneswar

ଝାରସୁଗୁଡ଼ାରେ ନଡ୍ଡା, ଆସନ୍ତାକାଲି ଭବାନୀପାଟଣା ଗସ୍ତ

ଡେସ୍କ : ଓଡ଼ିଶା ଗସ୍ତରେ ଆସି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବରଗଡ଼ ସାଂସଦ ସୁରେଶ ପୁଜାରୀ,ବରିଷ୍ଠ ନେତୃବୃନ୍ଦ, କାର୍ଯ୍ୟକର୍ତ୍ତା ଏବଂ ଜନସାଧାରଣ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ପଶ୍ଚିମ ପାରମ୍ପରିକ ବାଦ୍ୟ ଓ ନୃତ୍ୟ ସହ ତାଙ୍କୁ ଜିଲ୍ଲା ବିଜେପି କାର୍ଯ୍ୟାଳୟକୁ ପାଛୋଟି ନିଆଯାଇଥିଲା। ପରେ ସେ ଜିଲ୍ଲା ବିଜେପି କାର୍ଯ୍ୟାଳୟକୁ ଉଦ୍‌‌ଘାଟନ କରିଛନ୍ତି । ପରେ ସେ ବରଗଡ଼ ଲୋକସଭା କ୍ଷେତ୍ରର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ସେ ଯୋଗ ଦେଇ ଦେଇଛନ୍ତି।
ଶ୍ରୀ ନଡ୍ଡା ଆସନ୍ତାକାଲି(ଶୁକ୍ରବାର) କଳାହାଣ୍ଡି ଗସ୍ତରେ ଯାଇ ସିଧାସଳଖ ଭବାନୀପାଟଣାରେ ପହଞ୍ଚି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କୁ ଦର୍ଶନ କରିବେ। ପରେ କେନ୍ଦ୍ର ସରକାରଙ୍କର ସେବା, ସୁଶାସନ ଓ ଗରିବ କଲ୍ୟାଣର ୯ ବର୍ଷ ପୂର୍ତ୍ତି ଅବସରରେ ଭବାନୀପାଟଣାର ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବେ। ଏହା ପରେ ସର୍କିଟ ହାଉସରେ ବରିଷ୍ଠ ନାଗରିକଙ୍କୁ ଭେଟିବା ସହିତ ଟାଉନ ହଲରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories