www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ମିଶିଲେ ଶତାଧିକ ନେତା 

ଭୁବନେଶ୍ୱର: ଆଜି ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଧାମରାଇ ମଣ୍ଡଳ ଅନ୍ତର୍ଗତ ଧାମରା, ଜାଗୁଳା, କରଞ୍ଜମାଳ ପଂଚାୟତରୁ ଶତାଧିକ ନେତା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ କଂଗ୍ରେସ ଓ ବିଜେଡି ଦଳ ଛାଡି ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ରାଜ୍ୟ ସଭାପତି ଶ୍ରୀ ସାମଲ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି ଏବଂ ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ। ଓଡିଶାରେ ଯେଉଁ ବିଜେଡି ଶାସନରେ ଦୁର୍ନୀତି, ଭ୍ରଷ୍ଟାଚାର ଚାଲିଛି ତାହା ସମାପ୍ତ ହେବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି।

- Advertisement -

ଏହି ମିଶ୍ରଣ ପର୍ବ ଅବସରରେ କୃଷକମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଉପେନ୍ଦ୍ର ରାଉଳ, ଜିଲା ଉପସଭାପତି କମଳାକାନ୍ତ ସୁତାର, ଧାମରାଇ ମଣ୍ଡଳର ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ, ବରିଷ୍ଠ ନେତା କାହ୍ନୁଚରଣ ବେହେରା, ଯୁବମୋର୍ଚ୍ଚା ମଣ୍ଡଳ ସଭାପତି ତ୍ରିଦିବେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories