www.samajalive.in
Friday, December 12, 2025
14.1 C
Bhubaneswar

ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା; ଏଥର ଲାଗିବ ଡବଲ ଇଞ୍ଜିନ!

ଭୁବନେଶ୍ୱର:ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା ପୂର୍ବରୁ ରାଜ୍ୟ ବିଜେପିରେ ଉତ୍ସୁକତା ଦେଖାଦେଇଛି। ପୂର୍ବାନୁମାନକୁ ନେଇ ଏଥର କେନ୍ଦ୍ରରେ ମୋଦୀ ସରକାର ଏବଂ ରାଜ୍ୟରେ ବିଜେପି ସରକାର କରିବ ବୋଲି ଦଳ ଦାବି କରୁଛି। ଚଳିତଥର କେନ୍ଦ୍ର ଓ ରାଜ୍ୟରେ ଡ଼ବଲ ଇଞ୍ଜିନ ସରକାର ହେବ ବୋଲି ବିଜେପିର ବରିଷ୍ଠ ନେତୃବୃନ୍ଦ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
ସୋମବାର ଏଠାରେ ଲୋକସଭା ଏବଂ ବିଧାନସଭା ବିଜେପି ପ୍ରାର୍ଥୀମାନଙ୍କୁ ନେଇ ଅନୁଷ୍ଠିତ ରାଜ୍ୟସ୍ତରୀୟ କର୍ମଶାଳାରେ ରାଜ୍ୟ ସଭାପତି ବସନ୍ତ ପଣ୍ଡା କହିଛନ୍ତି ଯେ କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର ଗଠନ କରିବ। ସମସ୍ତ ପ୍ରାକ୍ ଆକଳନ ଅନୁସାରେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆଗାମୀ ଦିନରେ ବିଜେପି ସରକାର ଗଢ଼ିବ। ଇଣ୍ଡିଆ ଟୁଡେ ଏବଂ ଟୁଡେ ଚାଣକ୍ୟ ଆକଳନ ଯଦି ସତ ହୁଏ ତେବେ ଉଭୟ କେନ୍ଦ୍ର ଏବଂ ରାଜ୍ୟରେ ସରକାର ଗଠନ କରିବ। ଆଗାମୀ ୨୩ ତାରିଖରେ ‘ଫିର୍ ଏକବାର ମୋଦୀ ସରକାର’ ନାରା ସଫଳ ହେବ। ବିଜେପି ଆଗାମୀ ଦିନରେ ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବ ବୋଲି ଶ୍ରୀ ପଣ୍ଡା କହିଛନ୍ତି।
ସମ୍ମିଳନୀରେ ରାଜ୍ୟ ବିଜେପି ନିର୍ବାଚନ ପ୍ରକୋଷ୍ଠ ଆବାହକ ସୁଦର୍ଶନ ନାୟକ ଭୋଟ ଗଣତିର ବିଭିନ୍ନ ନିୟମ ସମ୍ବନ୍ଧରେ ସୂଚନା ଦେଇଥିବାବେଳେ ଉପସଭାପତି ସମୀର ମହାନ୍ତି ନିର୍ବାଚନ ପରିଚାଳନାର ଆର୍ଥିକ ଦିଗ ନିର୍ବାଚନ ଗଣତି ବେଳେ ବୁଥ ପ୍ରତିନିଧିଙ୍କ ପରିଚାଳନା ଦାୟିତ୍ବ ସଂପର୍କରେ ଆଲୋକପାତ କରିଥିଲେ।
କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ, ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ମୁଖପାତ୍ର ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ, ପ୍ରତାପ ଷଡଙ୍ଗୀ, ମନମୋହନ ସାମଲ, ସୁରମା ପାଢୀ, ବିଜେପି ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ ସାଧାରଣ ସଂପାଦକ (ସଙ୍ଗଠନ) ମାନସ କୁମାର ମହାନ୍ତିଙ୍କ ସମେତ ବହୁ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ।

Hot this week

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

Related Articles

Popular Categories