www.samajalive.in
Monday, December 15, 2025
27.1 C
Bhubaneswar

ଆଗାମୀ ପର୍ଯ୍ୟାୟ ମତଦାନ କିଭଳି ଶାନ୍ତିପୂର୍ଣ୍ଣ ହେବ, ସେ ଦିଗରେ ଧ୍ୟାନ ଦିଅନ୍ତୁ ରାଜ୍ୟ ନିର୍ବାଚନ କମିଶନର: ସମୀର ମହାନ୍ତି

ଭୁବନେଶ୍ୱର:ଚଳିତ ତ୍ରିସ୍ତରୀୟ ପଚାଂୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଗତକାଲି ଶେଷ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ଗତକାଲି ମତଦାନ ଚାଲିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ହିଂସା ଦେଖିବାକୁ ମିଳିଥିଲା। ଗଣତନ୍ତ୍ରରେ ଲୋକଙ୍କ ମୌଳିକ ଅଧିକାରକୁ କ୍ଷୁର୍ଣ୍ଣ କରାନଯାଉ ଏବଂ ରାଜ୍ୟରେ ହିଂସାମୁକ୍ତ ପଞ୍ଚାୟତ ନିର୍ବାଚନ କରାଯାଉ। ରାଜ୍ୟ ନିର୍ବାଚନ କମିଶନ ଆଗାମୀ ପର୍ଯ୍ୟାୟର ମତଦାନ କିଭଳି ଶାନ୍ତିପୂର୍ଣ୍ଣ ହେବ, ସେ ଦିଗରେ ଧ୍ୟାନ ଦିଅନ୍ତୁ ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି ନିବେଦନ କହିଛନ୍ତି।

ଗତ କାଲି ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଧର୍ମଶାଳା, ଯାଜପୁର, ବ୍ରହ୍ମଗିରି, ଅନୁଗୋଳ, ହିନ୍ଦୋଳ, ଭଦ୍ରକ, କଣାସ, ନୟାଗଡ଼, ଜଲେଶ୍ୱର, ବାଙ୍ଗିରିପୋଷୀ, ଭଟଲି ଓ ପାଟଣାଗଡ଼ ସମେତ ପିପିଲି, ବଲାଙ୍ଗିର, କନ୍ଧମାଳ, ଝାରସୁଗୁଡ଼ା ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ହିଂସାକାଣ୍ଡ ହୋଇଥିବା ସୂଚନା ମିଳିଛି। ନିର୍ବାଚନୀ ହିଂସା ପଛରେ କାହାର ହାତ ଅଛି ବୋଲି ଓଡ଼ିଶାର ସାଢ଼େ ୪କୋଟି ଜନତା ଭଲ ଭାବେ ଜାଣିଛନ୍ତି ଏବଂ ଏହାର ଉଚିତ ଜବାବ୍ ଦେବେ। ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ଦିବାଲୋକରେ ଟଙ୍କା ବାଣ୍ଟୁଥିବା ଭିଡିଓ ଭାଇରାଲ  ଅଭିଯୋଗ ହେଉଛି। ତେଣୁ ଟଙ୍କା ବାଣ୍ଟୁଥିବା ବ୍ୟକ୍ତି ଏବଂ ହିଂସାକାଣ୍ଡରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେ ଦାବି କରିଛନ୍ତି।
ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସାଧାରଣ ସଂପାଦକ ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଗଣମାଧ୍ୟମର ପ୍ରମୁଖ ଦିଲୀପ ମଲ୍ଲିକ ଉପସ୍ଥିତ ଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories