www.samajalive.in
Sunday, December 7, 2025
13.1 C
Bhubaneswar

ଜମ୍ମୁ-କାଶ୍ମୀର ନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ସମାଜ ଡିଜିଟାଲ ଡେସ୍କ: ଜମ୍ମୁ-କାଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୪୪ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି। ତାଲିକାରେ ପ୍ରଥମ ପର୍ଯ୍ୟାୟ ପାଇଁ ୧୫ଜଣ ପ୍ରାର୍ଥୀ, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ଜଣ ଓ ତୃତୀୟ ପର୍ଯ୍ୟାୟ ପାଇଁ ୧୯ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଜମ୍ମୁ-କାଶ୍ମୀରରେ ତିନୋଟି ପର୍ଯ୍ୟାୟରେ ବିଧାନସଭା ଭୋଟ ଗ୍ରହଣ କରାଯିବ। ବିଜେପି ରାଜପୋରାରୁ ଅର୍ଶିଦ ଭଟ୍ଟ, ସୋପିୟାଁରୁ ଜାଭେଦ ଅହମ୍ମଦ କାଦରୀ, ଅନନ୍ତବାଗ ପଶ୍ଚିମରୁ ମହମ୍ମଦ ରଫିକ ୱାନିଙ୍କୁ ପ୍ରାର୍ଥୀ କରିଛି। ଅନନ୍ତନାଗରୁ ଆଇନଜୀବୀ ସୟଦ ୱାଜାହତ, କିସ୍ତୱାଡାରୁ ଶଗୁନ ପରିହାର ଓ ଡୋଡାରୁ ଗଜୟ ସିଂହ ରାଣା ପ୍ରତିଦ୍ୱନ୍ଦ୍ୱିତା କରିବେ। ରବିବାର ବିଜେପିର କେନ୍ଦ୍ରୀୟ କମିଟି ବୈଠକ ପରେ ଆଜି ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି।

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories