www.samajalive.in
Monday, December 8, 2025
20.1 C
Bhubaneswar

କୁଦାବେଡାରେ ବିଜେପି ପକ୍ଷରୁ  ଅନୁସୂଚିତ ଜନଜାତି ସମାବେଶ

ପାଟଣା :  ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶାସନ କାଳର ୮ ବର୍ଷ ପୂର୍ତ୍ତି ଅବସରରେ ଶନିବାର କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାହାରପଡା ବ୍ଲକର କୁଦାବେଡା ଠାରେ ବିଜେପି ପକ୍ଷରୁ ଅନୁସୂଚିତ ଜନଜାତି ସମାବେଶ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ବିଜେପି ଓଡ଼ିଶା ପ୍ରଦେଶ ଆଦିବାସୀ ମୋର୍ଚ୍ଚା ଉପ ସଭାନେତ୍ରୀ ମମିତା ନାଏକ ଏବଂ ବିଜେପି ଆଦିବାସୀ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟବ୍ରତ ନାଏକ ଯୋଗ ଦେଇ ମୋଦୀ ସରକାରରେ ଅନୁସୂଚିତ ଜନଜାତି ଲୋକମାନଙ୍କ ପାଇଁ ପ୍ରଣୟନ କରାଯାଇଥିବା ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ସୂଚନା ଦିଆଯିବା ସହ ଏହି ବାର୍ତ୍ତା ଜନଜାତିର ବୃହତ ସମୁଦାୟଙ୍କୁ ଜଣାଇବା ପାଇଁ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ଓବିସି ମୋର୍ଚ୍ଚା ଜିଲ୍ଲା ସଭାପତି ଲକ୍ଷ୍ମଣ ରାଉତ, ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ସବୀର ଦାଶ, ଉଦୟପୁର ମଣ୍ଡଳ ବିଜେପି ସଭାପତି ସୁଦର୍ଶନ ମହାନ୍ତ ପ୍ରମୁଖଙ୍କ ସହ ଅଞ୍ଚଳର ବହୁ ବିଜେପି କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories