www.samajalive.in
Monday, December 8, 2025
27.1 C
Bhubaneswar

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ; ଆସନ୍ତାକାଲି ଯୋଗ ଦେବେ ସ୍ମୃତି ଇରାନୀ

ଭୁବନେଶ୍ୱର: ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଶନିବାର ଅପରାହ୍ନରୁ ଆରମ୍ଭ ହୋଇଛି । ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଥିବା ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ବିଧାୟକଦଳ ନେତା କେ.ଭି.ସିଂହଦେଓଙ୍କ ସମେତ ସମସ୍ତ ରାଜ୍ୟ ପଦାଧିକାରୀ ଯୋଗ ଦେଇଛନ୍ତି।

ସେହିପରି ଆସନ୍ତାକାଲିର ବୈଠକକୁ କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ସ୍ମୃତି ଇରାନୀ ଉଦ୍‍ଘାଟନ କରିବେ। ଏଥିରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଶ୍ରୀ ପ୍ରଧାନଙ୍କ ସହିତ ରାଜ୍ୟ ପ୍ରଭାରୀ, ବିଧାୟକ ଦଳ ନେତାଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ମଧ୍ୟ ଯୋଗ ଦେବେ। ରାଜ୍ୟରେ ଶାସକ ବିଜେଡିର ଅସହିଷ୍ଣୁତା ଏବଂ ଅପାରଗତା କାରଣରୁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ ଓ ଗରିବକଲ୍ୟାଣ ଯୋଜନାଗୁଡିକ ରାଜ୍ୟବାସୀ ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାକୁ ନେଇ ଦୁଇ ଦିନିଆ କାର୍ଯ୍ୟକାରିଣୀରେ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories