www.samajalive.in
Saturday, December 6, 2025
14.1 C
Bhubaneswar

ମୋଦୀଙ୍କ ଜନ୍ମଦିନକୁ ‘ସେବା ଦିବସ’ ଭାବେ ପାଳନ କରିବ ବିଜେପି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ରେ ଉତ୍ତରପ୍ରଦେଶସ୍ଥିତ ତାଙ୍କ ନିର୍ବାଚନମଣ୍ଡଳୀ ବାରାଣସୀଠାରେ ନିଜର ୬୮ତମ ଜନ୍ମ ଦିବସ ପାଳନ କରିବେ। ଏହି ଅବସରରେ ସେ ଏକାଧିକ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ତାଙ୍କ ଦଳ ବିଜେପି ପକ୍ଷରୁ ଏହି ଦିନଟିକୁ ଦେଶବ୍ୟାପୀ ‘ସେବା ଦିବସ’ ଭାବେ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ଏହି ଅବସରରେ ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ସ୍ୱେଚ୍ଛ ଅଭିଯାନ ସହିତ ରକ୍ତ ଦାନ ଶିବିର ଭଳି ବହୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମୋଦୀ ବାରାଣସୀସ୍ଥିତ ଏକ ସ୍କୁଲରେ ଛାତ୍ରଛାତ୍ରୀଙ୍କ ଗହଣରେ ଜନ୍ମଦିନ କେକ୍‍ କାଟିବେ। ଏହା ପରେ ପରେ ସେ ବହୁକୋଟି ଟଙ୍କାର ଉନ୍ନୟନମୂଳକ ଯୋଜନା ସମ୍ବନ୍ଧରେ ଘୋଷଣା କରିବେ ବୋଲି ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories