www.samajalive.in
Sunday, December 7, 2025
13.1 C
Bhubaneswar

ଚର୍ଚ୍ଚାରେ ପୂର୍ଣ୍ଣଛେଦ! ମେଣ୍ଟ ନୁହେଁ, ଓଡ଼ିଶାରେ ଏକାକୀ ଲଢ଼ିବ ବିଜେପି – ମନମୋହନ

ଡେସ୍କ: ଓଡ଼ିଶାରେ ବିଜେଡି-ବିଜେପି ମଧ୍ୟରେ ମେଣ୍ଟ ହେବା ନେଇ ବଢୁଥିବା ଚର୍ଚ୍ଚାରେ ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପୂର୍ଣ୍ଣଛେଦ ପକାଇଛନ୍ତି। ସେ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଏହି ବିଷୟ ପୋଷ୍ଟ କରିଛନ୍ତି। ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନ ଓ ୧୪୭ଟି ବିଧାନସଭା ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିବା ନିଶ୍ଚିତ ହୋଇଛି। ପୂର୍ବରୁ ଦିଲ୍ଲୀରେ ଘନ ଘନ ବୈଠକ, ବିଜେଡି ବୈଠକ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବାରମ୍ବାର ଦିଲ୍ଲୀ ଗସ୍ତ ଓ ଦଳର ବରିଷ୍ଠ ନେତା ଅମିତ ଶାହ ଏବଂ ଜୁଏଲ ଓରାମଙ୍କ ମନ୍ତବ୍ୟ ପରେ ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ଗଠନ ହେବା ନେଇ ସମ୍ଭାବନା ଦେଖାଦେଇଥିଲା।

କେଜ୍ରିୱାଲଙ୍କ ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଆନ୍ନା ହଜାରେ, କହିଲେ- ଏହା ତାଙ୍କ କର୍ମ ଫଳ

- Advertisement -

ଶ୍ରୀ ସାମଲ କହିଛନ୍ତି, ବିକଶିତ ଓଡିଶା ଗଠନ ସବୁବେଳେ ମୋଦୀଙ୍କ ଲକ୍ଷ୍ୟ ରହିଆସିଛି। ଓଡ଼ିଶାରେ ବିଜେପି ସମସ୍ତ ଲୋକସଭା ଓ ବିଧାନସଭାରେ ଏକା ଲଢ଼ିବ। ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରୁଥିବାରୁ, ଶ୍ରୀ ସାମଲ ଧନ୍ୟବାଦ ଜଣାଇଛନ୍ତି।

ଚାଲିଛି ଜୋରସୋର ପ୍ରସ୍ତୁତି; ଫୁଲର ରଙ୍ଗରେ ହୋଲି ଖେଳିବେ ପ୍ରଭୁ ରାମଲାଲା

ଶ୍ରୀ ସାମଲ କହିଛନ୍ତି, ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି।

ଇସ୍ରୋକୁ ବଡ ସଫଳତା: ‘ପୁଷ୍ପକ’ ବିମାନର ହେଲା ସଫଳ ପରୀକ୍ଷଣ

ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ଶ୍ରୀ ସାମଲ ଟ୍ୱିଟ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories