www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଆସିପାରେ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ଵର: ଆଜି ଆସିପାରେ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା। ବରଗଡ ଲୋକସଭା କ୍ଷେତ୍ରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ବେଳେ ଏହି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ତୋମାର କହିଛନ୍ତି ଆସନ୍ତା ୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି ଆସନ ରେ ଦଳର ପ୍ରାର୍ଥୀ ଘୋଷଣା ସରିଯିବ । ଏହିକ୍ରମରେ ଆଜି ଦ୍ଵିତୀୟ ପର୍ଯ୍ୟାୟରେ ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ । ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ତେଣୁ ଆଉ ୩୫ ଆସନରେ ଦଳର ପ୍ରାର୍ଥୀ ଘୋଷଣା ବାକି ରହିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories