www.samajalive.in
Saturday, December 13, 2025
26.1 C
Bhubaneswar

ବିଜେପିର ୪୦ ଷ୍ଟାର ପ୍ରଚାରକ ତାଲିକାରେ ନାହାନ୍ତି ଆଡୱାଣୀ, ମାନେକା, ବରୁଣ

ନୂଆଦିଲ୍ଲୀ: ପ୍ରଥମ ଏବଂ ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ବିଜେପି ୪୦ ଷ୍ଟାର ପ୍ରଚାରକଙ୍କ ଏକ ତାଲିକା ପ୍ରସ୍ତୁତ କରିଛି। କିନ୍ତୁ ଏଥିରେ ଦଳର ବରିଷ୍ଠ ନେତା ଲାଲକୃଷ୍ଣ ଆଡୱାଣୀଙ୍କ ସମେତ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କ ନାମ ନାହିଁ, ଯାହାକୁ ନେଇ ଅନେକ ଚର୍ଚ୍ଚା ଜୋର ଧରିଛି।

ବିଜେପିର ଏହି ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୃହମନ୍ତ୍ରୀ ରାଜନାଥ ସିଂହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ। ଏପରି କି ଅନେକ ଦଳିତ ନେତାଙ୍କୁ ବି ଏଥିରେ ସାମିଲ କରାଯାଇଛି। ସେହିପରି ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ, ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜ, ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, କେନ୍ଦ୍ର ମନ୍ତ୍ରୀ ଉମା ଭାରତୀ, ରେଳମନ୍ତ୍ରୀ ପୀୟୁଷ ଗୋୟଲ, ସଂଖ୍ୟାଲଘୁ ମନ୍ତ୍ରୀ ମୁଖତାର ଆବାସ ନକଭୀ, ଏମପି ହେମା ମାଳିନୀଙ୍କୁ ପ୍ରଚାର ଦାୟିତ୍ବ ଦିଆଯାଇଛି।

- Advertisement -
Image courtesy: Amar ujala

କିନ୍ତୁ ଏହି ତାଲକାରେ ଆଡୱାଣୀ, ମୁରଲୀ ମନୋହର ଯୋଶୀଙ୍କ ସମେତ ବହୁ ବରିଷ୍ଠ ନେତାଙ୍କୁ ଅଣଦେଖା କରାଯାଇଛି। ଏହାପୂର୍ବରୁ ଦଳ ପ୍ରାର୍ଥୀ ଚୟନ ସମୟରେ ବି କେତେଜଣ ବରିଷ୍ଠ ନେତାକୁ ବାଦ୍‌ ଦେଇଥିଲା। ଗାନ୍ଧୀନଗର ଲୋକସଭା ଆସନରୁ ଆଶାୟୀ ଥିବା ଲାଲକୃଷ୍ଣ ଆଡୱାଣୀଙ୍କ ଟିକେଟ କଟାଯାଇଥିଲା। ଉକ୍ତ ଆସନରେ ଅମିତ ଶାହଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା। ଏବେ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ବିଜେପି ଆଗଧାଡ଼ିର ନେତାମାନଙ୍କୁ ନେଇ ନିର୍ବାଚନ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories