www.samajalive.in
Friday, December 12, 2025
15.1 C
Bhubaneswar

୭ରେ ବିଜେପି ଯୁବମୋର୍ଚ୍ଚାର ବିଧାନସଭା ଘେରାଉ

ଭୁବନେଶ୍ୱର : ରାଜ୍ୟସରକାରଙ୍କ ଯୁବମାରଣ ନୀତି ଓ ରୋଜଗାର ପ୍ରଦାନରେ ବିଫଳତାକୁ ନେଇ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଆସନ୍ତା ୭ରେ ବିଧାନସଭା ଘେରାଉ କରାଯିବ ବୋଲି ସଭାପତି ଟଙ୍କଧର ତ୍ରିପାଠୀ କହିଛନ୍ତି। ଏନେଇ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଶ୍ରୀ ତ୍ରିପାଠୀ କହିଛନ୍ତି ଯେ ଓଡିଶାର ଯୁବକ ଯୁବତୀମାନଙ୍କୁ ନିଯୁକ୍ତି ନଦେଇ ନିଯୁକ୍ତି ମେଳା ନାଁରେ ରାଜ୍ୟସରକାର ଲକ୍ଷାଧିକ ଟଙ୍କା ଆତ୍ମସାତ୍ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଗୋଟିଏ ପଟେ ରାଜ୍ୟର ବିକାଶକୁ ନେଇ ଡିଣ୍ଡିମ ପିଟୁଥିବାବେଳେ ଅନ୍ୟପଟେ ଯୁବକମାନେ ଏଠି କାମ ନପାଇ ଦାଦନ ଖଟିବାକୁ ଅନ୍ୟ ରାଜ୍ୟକୁ ଯାଉଛନ୍ତି। ଯେପର୍ଯ୍ୟନ୍ତ ରାଜ୍ୟସରକାର ଯୁବକମାନଙ୍କୁ ନିଯୁକ୍ତି ଯୋଗାଇ ନାହାନ୍ତି ସେ ପର୍ଯ୍ୟନ୍ତ ଯୁବମୋର୍ଚ୍ଚା ଆନ୍ଦୋଳନ ଜାରି ରଖିବ ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି। ଏହି ବୈଠକରେ ରାଜ୍ୟ ଉପସଭାପତି ସମୀର ମହାନ୍ତି, ରାଜ୍ୟ ସଂପାଦକ ତଥା ଯୁବମୋର୍ଚ୍ଚା ପ୍ରଭାରୀ କାଳନ୍ଦୀ ସାମଲ, ରାଷ୍ଟ୍ରୀୟ ଉପସଭାପତି ଠାକୁର ରଞ୍ଜିତ ଦାସ, ଯୁବମୋର୍ଚ୍ଚା ସାଧାରଣ ସଂପାଦକ ବିଶ୍ୱ ରଞ୍ଜନ ବଡଜେନା ପ୍ରମୁଖ ସାମିଲ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories