ଭୁବନେଶ୍ବର : ବରିଷ୍ଠ ଆଇପିଏସ୍ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୁଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ ଥିବା ରାଜେନ୍ଦ୍ର ପ୍ରସାଦ ଶର୍ମା ନୂଆ ଲୋକାୟୁକ୍ତ ସଦସ୍ୟ ଭାବେ ନିଯୁକ୍ତି ପାଇବା ପରେ ବିଜୟ କୁମାର ଶର୍ମାଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ନୂଆ ଡିଜିପି ନିଯୁକ୍ତ ହେବା ପର୍ଯ୍ୟନ୍ତ ବି.କେ ଶର୍ମା ରାଜ୍ୟର ପୁଲିସ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ ତୁଲାଇବେ। ବିଜୟ ଶର୍ମା ବର୍ତ୍ତମାନ ଅଗ୍ନିଶମ ବିଭାଗର ଡିଜି ଅଛନ୍ତି। ସେ ୧୯୮୬ ବ୍ୟାଚ୍ର ଜଣେ ବରିଷ୍ଠ ଆଇପିଏସ୍ ଅଧିକାରୀ।
Popular Categories



