www.samajalive.in
Saturday, December 13, 2025
26.1 C
Bhubaneswar

ଗ୍ୟାସ୍‌ ମାନୁଫାକ୍ଚରିଂ କମ୍ପାନୀରେ ବିସ୍ଫୋରଣ, ୬ ମୃତ

ଭଦୋଦରା: ଗୁଜରାଟର ଭଦୋଦରାରେ ଥିବା ଏମ୍‌ସ ଅକ୍ସିଜେନ ନାମକ ଏକ ଗ୍ୟାସ୍‌ ମାନୁଫାକ୍ଚରିଂ କମ୍ପାନୀରେ ଶନିବାର ବିସ୍ଫୋରଣ ଘଟି ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିସ୍ଫୋରଣର ତୀବ୍ରତା ମାତ୍ରାଧିକ ଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କମ୍ପାନୀର ଅନ୍ୟ କର୍ମଚାରୀଙ୍କଠାରୁ ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ, ଭଦୋଦରାର ପାଦରା କସ୍‌ବେଠାରେ ଏହି କମ୍ପାନୀ ରହିଛି। ଫ୍ୟାକ୍ଟ୍ରିରେ ନିଆଁ ଲାଗିଯିବା କାରଣରୁ ଏହି ବିସ୍ଫୋରଣ ଘଟିଥିଲା। ତେବେ ବିସ୍ଫୋରଣ ପରେ ବି ଦାୟିତ୍ବରେ ଥିବା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା କର୍ମଚାରୀମାନେ ଅଭିଯୋଗ କରିଛନ୍ତି। ବିସ୍ଫୋରଣ ଖବର ମିଳିବା ପରେ ପୁଲିସ ଏବଂ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। କିନ୍ତୁ କମ୍ପାନୀର ପରିଚାଳକ ଏବଂ କର୍ତ୍ତୃପକ୍ଷ ପହଞ୍ଚି ନ ଥିଲେ। କମ୍ପାନୀ ପକ୍ଷରୁ ଏହି ଘଟଣା ସମ୍ପର୍କରେ କୌଣସି ସୂଚନା ଦିଆଯାଉ ନାହିଁ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories