ଭୁବନେଶ୍ୱର: ରାଜ୍ୟର ପ୍ରାୟ ପଚାଶରୁ ଅଧିକ ପଞ୍ଚାୟତ ସମିତିର ଅଧ୍ୟକ୍ଷମାନେ ଶନିବାର ନବୀନ ନିବାସଠାରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ପଂଚାୟତର ନିର୍ବାଚିତ ପ୍ରତିନିଧିମାନଙ୍କ ପ୍ରଶାସନିକ ଓ ଆର୍ଥିକ କ୍ଷମତା ସଂକୋଚନ ପାଇଁ ରାଜ୍ୟ ସରକାରଙ୍କ ଅଗଣତାନ୍ତ୍ରିକ ନିଷ୍ପତ୍ତି ବିରୋଧରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ନବୀନ ରାଜ୍ୟ ସରକାରଙ୍କ ଏହି ଅଗଣତାନ୍ତ୍ରିକ ନିଷ୍ପତ୍ତିର ନିନ୍ଦା କରିଥିଲେ ଏବଂ ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ବିଜେଡିର ଲଢେଇ ଜାରି ରହିବ ବୋଲି କହିଥିଲେ। ବର୍ତ୍ତମାନ ଏ ବିଷୟ ହାଇକୋର୍ଟଙ୍କ ବିଚରାଧୀନ ରହିଛି। ଆବଶ୍ୟକ ପଡିଲେ ବିଜେଡି ଏଥିପାଇଁ ସୁପ୍ରିମକୋର୍ଟ ଯିବ ବୋଲି ନବୀନ ପ୍ରତିନିଧି ଦଳଙ୍କୁ କହିଥିଲେ।
ଏହି ଆଲୋଚନା ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷମାନଙ୍କ ସହିତ ବିଧାୟକ ସାରଦା ଜେନା, ନବ ମଲ୍ଲିକ, ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ବିଧାୟକ ବିଧାୟକ ଉମା ସାମନ୍ତରାୟ, ପ୍ରଶାନ୍ତ ମୁଦୁଲି ପ୍ରମୁଖ ଉପସ୍ଥିତ ଥିଲେ।





