www.samajalive.in
Sunday, December 7, 2025
14.1 C
Bhubaneswar

ଭୁବନେଶ୍ଵର ଜିଲ୍ଲା କଂଗ୍ରେସ କମିଟିର ବ୍ଲକ୍ କଂଗ୍ରେସ କର୍ମୀ ସମ୍ମିଳନୀ

ଭୁବନେଶ୍ୱର : ଭୁବନେଶ୍ଵର ଜିଲ୍ଲା କଂଗ୍ରେସ କମିଟି ଆନୁକୁଲ୍ୟରେ ଗୁରୁବାର ଦୁଇଟି ବ୍ଲକ କଂଗ୍ରେସର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ପୂର୍ବାହ୍ନାରେ ୟୁନିଟ୍-୮ର ତାରିଣୀ ମନ୍ଦିର ପ୍ରାଙ୍ଗଣରେ ବ୍ଲକ୍ ନଂ-୪ର ଅନବର ଖାଁ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଅପରାହ୍ନରେ ରସୁଲଗଡ଼ ଶିଳ୍ପାଞ୍ଚଳର ଲକ୍ଷ୍ମୀନାରାୟଣ ମନ୍ଦିର ପ୍ରାଙ୍ଗଣରେ ବ୍ଲକ୍ ନଂ-୬ର କର୍ମୀ ସମ୍ମିଳନୀ ଶ୍ରୀଧର ବଳିୟାରସିଂହଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଆଗମୀ ଦିନରେ ଘରକୁ ଘର ବୁଲି ବିଏମ୍ସିର ମନମୁଖୀ ହୋଲଡିଂ ଟ୍ୟାକ୍ସ ଆଦାୟର ବିଷୟରେ ଜନସାଧାରଣଙ୍କୁ ସଚେତନ କରାଇବା ସହିତ ବିଏମ୍ସି ସମ୍ମୁଖରେ ଏକ ବିରାଟ ପ୍ରତିବାଦ ସଭା ଆୟୋଜନ କରାଯିବାର ନିଷ୍ପତ୍ତି ନିଆଯାଇଛି ଓ ୱାର୍ଡ ସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ ଆଲୋଚନା ହୋଇଥିଲା । ଏଥିରେ ଜିଲ୍ଲା ସଭାପତି ବିଶ୍ୱଜିତ ଦାଶ, ପ୍ରଭାରି ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ରାଜ୍ୟ କଂଗ୍ରେସର ସାଧାରଣ ସମ୍ପାଦକ ଜାନକୀ ବଲ୍ଲଭ ପଟ୍ଟନାୟକ, ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ୟାସିର୍ ନବାଜ, ରାଜୀବ ପଟ୍ଟନାୟକ, ଜୟକୃଷ୍ଣ ସୁବୁଦ୍ଧି, ଅଶୋକ ଦାସ, ଅକ୍ଷୟ ଦାସ, ସରୋଜ କୁମାର ସାମନ୍ତରାୟ, ଯଶୋବନ୍ତ ଛୋଟରାୟ, ବିକାଶ ରାଉତ, ଦୀପକ ଜେନା ଓ ଦୀପୁ ରାଉତ ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories