www.samajalive.in
Sunday, December 14, 2025
23.1 C
Bhubaneswar

ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା: ପୁରୀରେ ଅନୁଷ୍କା, ଆଠଗଡ଼ରେ ଆୟୁସ୍ମିତା, ପାଟଣାଗଡ଼ରେ ସୁପ୍ରିୟା ପ୍ରଥମ

ସମାଜ ଡିଜିଟାଲ ଡେସ୍କ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ପବିତ୍ର ଶ୍ରାଦ୍ଧ ଦିବସ ଅବସରରେ ବ୍ଲକସ୍ତରୀୟ ‘ସମାଜ ଓଜସ୍ବିନୀ ଓଡ଼ିଶା- ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା’ ରବିବାର ଅନୁଷ୍ଠିତ ହୋଇଛି। ରାଜ୍ୟର ସମସ୍ତ ଜିଲାର ପ୍ରତି ବ୍ଲକରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ପ୍ରତିଯୋଗିତାରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଭାଗ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ପୁରୀରେ ଅନୁଷ୍ଠିତ ବ୍ଲକସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଛାତ୍ରୀ ଅନୁଷ୍କା ମହାନ୍ତି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ପୁରୀ ଜିଲ୍ଲା ସ୍କୁଲର ଯଶଶ୍ରୀ ସାହୁ ଦ୍ଵିତୀୟ ଏବଂ ସୁଖଲତା ସ୍ମୃତି ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ମୋନାଲିସା ରାଉତ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ଅପରପ​‌କ୍ଷେ ଆଠଗଡ଼ରେ ଅନୁଷ୍ଠିତ ବ୍ଲକସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ଆଠଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀ ଛାତ୍ରୀ ଆୟୁସ୍ମିତା ତ୍ରିପାଠୀ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀ ଛାତ୍ରୀ ପ୍ରଜ୍ଞାସିନୀ ସାହୁ ଦ୍ଵିତୀୟ ଏବଂ ସାବିତ୍ରୀ ରଥ ନୋଡାଲ ବିଦ୍ୟାପୀଠ, ସମସରପୁରର ୧୦ ଶ୍ରେଣୀ ଛାତ୍ରୀ ପ୍ରୀତି ପାୟଲ ମହାନ୍ତି ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

- Advertisement -

ସେହିପରି ପାଟଣାଗଡ଼ ବ୍ଲକରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ଶ୍ରେଣୀ ଛାତ୍ରୀ ସୁପ୍ରିୟା ମେହେର ପ୍ରଥମ, ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୦ମ ଶ୍ରେଣୀ ଛାତ୍ରୀ ପାୟଲ ମେହେର ଦ୍ଵିତୀୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଚିନ୍ମୟୀ ପାଣିଗ୍ରାହୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ବଲାଙ୍ଗୀର ଜିଲା ତୁରେକେଲା ବ୍ଲକରେ ପଂଚାୟତ ଉଚ୍ଚ ବିଦ୍ୟାଳୟ, ଚାଉଳଶୁଖାର ୧୦ମ ​‌ଶ୍ରେଣୀ ଛାତ୍ରୀ ସୁହାନୀ ମେହେର ପ୍ରଥମ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, କଣ୍ଟାବାଞ୍ଜିର ୧୦ମ ଶ୍ରେଣୀ ଛାତ୍ରୀ ଇନ୍ଦିତା ଦୀପ ୨ୟ ଏବଂ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କଣ୍ଟାବାଞ୍ଜିର ୧୦ମ ଶ୍ରେଣୀ ଛାତ୍ରୀ ସାବିତ୍ରୀ ନାଏକ ୩ୟ ସ୍ଥାନ ଅଧିକାର କରିଛନ୍ତି।

ବାଲିଆପାଳ ବ୍ଲକରେ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ ଡାଙ୍ଗରପଦା ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀ ସାଇପ୍ରଭା ନନ୍ଦୀ ପ୍ରଥମ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସମ୍ବିତ ଦାସ ଦ୍ଵିତୀୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ମଇନାମଣୀ ମାରାଣ୍ଡି ତୃତୀୟ ସ୍ଥାନରେ ରହିଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories