www.samajalive.in
Tuesday, December 9, 2025
15.1 C
Bhubaneswar

ବ୍ଲକସ୍ତରୀୟ ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ କାର୍ଯ୍ୟକ୍ରମ

ପଦ୍ମପୁର : ରାୟଗଡା ଜିଲ୍ଲା ପଦ୍ମପୁର ପଞ୍ଚାୟତ ସମିତି ଆନୁକୂଲ୍ୟରେ ବିଜୟାନନ୍ଦ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନକୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପଦ୍ମପୁର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାୟଗଡା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଭଜନଲାଲ ମାଝୀ, ସମ୍ମାନିତ ଅତିଥି ଭାବେ ରାମନାଗୁଡା ଗୋଷ୍ଠୀ ଶିକ୍ଷାଧିକାରୀ ସୁଜନ ମଲ୍ଲିକ, ମୁନିଗୁଡା ଗୋଷ୍ଠୀ ଶିକ୍ଷାଧିକାରୀ  ବି.ଭାଷ୍କର ରାଓ, ଚନ୍ଦ୍ରପୁର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ  ଚନ୍ଦ୍ରକାନ୍ତ ମିଶାଲ ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମରେ ପଦ୍ମପୁର ପଞ୍ଚାୟତ ସମିତି ଅଧିନସ୍ଥ ୮ ଟି କ୍ଲଷ୍ଟରର ଷ୍ଟଲ୍ କରାଯାଇଥିଲା । ସମସ୍ତ ୮ ଜଣ ଶିକ୍ଷକ ୮ ଗୋଟି ଷ୍ଟଲରେ  ପ୍ରଦର୍ଶିତ ହୋଇଥିବା ପ୍ରଦର୍ଶନୀ ସମ୍ବନ୍ଧରେ ତଥ୍ୟ ଉପସ୍ଥାପନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସଂଯୋଜକ ଭାବେ ଚିତ୍ତରଂଜନ ସେନାପତି ଦାୟିତ୍ବ ତୁଲାଇଥିବା ବେଳେ ସିଆରସିସି ପାନାଡା ବିଶ୍ବନାଥ, ରାଧାକୃଷ୍ଣ ପଣ୍ଡା, ଶିକ୍ଷକ ଅଜିତ ଚୌଧୁରୀ, ମନୋଜ ବେହେରା, ରଂଜିତ ପ୍ରଧାନ, ଡି. ଶିବା ଆଚାରୀ, ମୃତ୍ୟୁଞ୍ଜୟ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ। ବିଆରସିସି ସତ୍ୟ ନାରାୟଣ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏବିଇଓ  ଚିତ୍ରସେନ ଲିମା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories