www.samajalive.in
Monday, December 8, 2025
27.1 C
Bhubaneswar

ପଙ୍ଗାରସିଂହ ପଞ୍ଚାୟତରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ: ୧୨୫ ୟୁନିଟ ରକ୍ତ ସଂଗ୍ରହ, ବୃକ୍ଷ ରୋପଣ 

ବେଗୁନିଆ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ଆହ୍ୱାନରେ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ ଅବ୍ୟକ୍ତ ହରିହର ଖାଡଙ୍ଗାଙ୍କ ସଂଯୋଜନାରେ ଓଡିଶା ମୋ ପରିବାର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପଙ୍ଗାରସିଂହ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲେଖନପୁର ଏବଂ ଭୋଗଡା ମଧ୍ୟ ଇଂରାଜୀ ବିଦ୍ୟାଳୟଠାରେ ଆଜି ଚାଲିଥିବା କାର୍ୟ୍ୟକ୍ରମକୁ ବିଧାୟକ ଶ୍ରୀ ସାହୁ ଉଦଘାଟନ କରିଥିଲେ । ସେଣ୍ଟ୍ରାଲ ରେଡ଼କ୍ରସ ବ୍ଲଡ଼ବ୍ୟାଙ୍କ କଟକ ଦ୍ୱାରା ଭୋଗଡାରୁ ୬୪ ଏବଂ ଖୋର୍ଦ୍ଧା ବ୍ଲଡ଼ବ୍ୟାଙ୍କ ଦ୍ୱାରା ଲେଖନପୁରରୁ ୬୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ବିଧାୟକ ଶ୍ରୀ ସାହୁ ପଞ୍ଚାୟତର ରକ୍ତଦାତା ଏବଂ ଆୟୋଜକମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ବିଧାୟକ ବୃକ୍ଷ ରୋପଣ କରିଥିଲେ ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories