ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ପିପିଲି-ଡେଲାଙ୍ଗ ବିଜୁ ଯୁବ ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସହଯୋଗରେ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ସୋମବାର ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ୫୧ ଜଣ ରକ୍ତଦାନ କରିଥିଲେ। ଏହି ଶିବିରକୁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଦ୍‍ଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ବିଧାୟକ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ, ଜୀବନ ବିନ୍ଦୁର ଜିଲା ସଂଯୋଜକ ଶୁଭାଶିଷ ଖୁଣ୍ଟିଆ, ବିଜୁ ଯୁବ ଜନତା ଦଳର ପୁରୀ ଜିଲା ସଭାପତି ନାରାୟଣ ସ୍ୱାଇଁ, ପିପିଲି ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ସ୍ୱାଇଁ, ବ୍ଲକ ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ବ୍ଲକ ଆତ୍ମା କମିଟିର ଅଧ୍ୟକ୍ଷ ଧରଣୀଧର ସାହୁ, ଜିଲା ବିଜେଡି ସାଧାରଣ ସଂପାଦକ କିଶୋର ଛୋଟରାୟ, ଯୁବନେତା ଜ୍ୟୋତିରଞ୍ଜନ ପୃଷ୍ଟି, ଲିଙ୍କନ ପଟ୍ଟନାୟକ, ରଶ୍ମିରଞ୍ଜନ ବିଶ୍ୱାଳ ପ୍ରମୁଖ ଯୋଗଦେଇ ରକ୍ତଦାନର ଆବଶ୍ୟକତା ଓ ଉପକାରିତା ସଂପର୍କରେ ଆଲୋକପାତ କରିବା ସହ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।

Comments are closed.