www.samajalive.in
Monday, December 15, 2025
15.1 C
Bhubaneswar

ଦେବରାଜ ଦାସ ଶ୍ରାଦ୍ଧବାର୍ଷିକୀରେ ରକ୍ତଦାନ ଶିବିର, ୧୦୯ ୟୁନିଟ୍ ରକ୍ତ ସଂଗ୍ରହ

ତିଗିରିଆ: ବିଶିଷ୍ଟ ଶିକ୍ଷାବିତ୍, ସମାଜସେବୀ ଓ ରାଜନୀତିଜ୍ଞ ସ୍ବର୍ଗତ ଦେବରାଜ ଦାସଙ୍କ ଷଷ୍ଠ ଶ୍ରାଦ୍ଧବାର୍ଷିକୀ ଅବସରରେ ଦେବରାଜ ଦାସ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ନୂଆପାଟଣା ସ୍ଥିତ ଆଶୋକା ସିନେମା ହଲ ପରିସରରେ ଆୟୋଜିତ ଏହି ଶିବିରରେ ସମୁଦାୟ ୧୦୯ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି। କଟକ କେନ୍ଦ୍ରୀୟ ରେଡ଼କ୍ରସ ପକ୍ଷରୁ କର୍ମଚାରୀମାନେ ରକ୍ତଦାତାଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦେବରାଜ ଦାସ ମେମୋରିଆଲ ଟ୍ରଷ୍ଟର ଟ୍ରଷ୍ଟି ପ୍ରକାଶ କୁମାର ଦାସ କାର୍ଯ୍ୟକ୍ରମକୁ ସଂଯୋଜନା ଓ ପରିଚାଳନା କରିଥିଲେ।

- Advertisement -

ଏହି ଶିବିରରେ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ମାନସ କୁମାର ସାହୁ, ଜିଲା ପରିଷଦ ସଭ୍ୟ ସଞ୍ଜୟ କୁମାର ମଲ୍ଲିକ, ନୂଆପାଟଣା ସରପଞ୍ଚ ସୋମନାଥ ଦାସଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ l ସମାଜସେବୀ ପ୍ରଦୀପ ବର୍ଦ୍ଧନଙ୍କ ସହିତ ଟ୍ରଷ୍ଟର ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories