www.samajalive.in
Sunday, December 14, 2025
19.1 C
Bhubaneswar

ପ୍ରଦୀପ ମହାରଥୀଙ୍କ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର; ୧୨୬ ୟୁନିଟ୍‌‌ ରକ୍ତ ସଂଗ୍ରହ

ପିପିଲି: ପୂର୍ବତନ ମନ୍ତ୍ରୀ ତଥା ପିପିଲିର ଦିବଂଗତ ନେତା ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ୬୮ତମ ଜନ୍ମ ଜୟନ୍ତୀ ଅବସରରେ ସ୍ଥାନୀୟ ବିଜେଡି କାର୍ଯ୍ୟାଳୟ ପରିସରରେ ଏକ ବୃହତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୨୬ ୟୁନିଟ୍‌‌ ରକ୍ତ ସଂଗ୍ରହ କରାଯାଇଥିବା ସୂଚନା ମିଳିଛି।

ମଙ୍ଗଳବାର ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ସ୍ୱର୍ଗତ ମହାରଥୀଙ୍କ ଧର୍ମପତ୍ନୀ ତଥା ଅବସରପ୍ରାପ୍ତ ଅଧ୍ୟାପିକା ଡ଼ଃ ପ୍ରତିଭା ମହାରଥୀ ଉଦ୍‌‌ଘାଟନ କରିବା ଅବସରରେ ସ୍ୱର୍ଗତ ମହାରଥୀଙ୍କ ସ୍ମୃତିଚାରଣ କରିଥିଲେ। ବିଧାୟକ ରୁଦ୍ରପ୍ରତାପ ମହାରଥୀ, ସମାଜସେବୀ ଜାଗୃତୀ ପଣ୍ଡା ମହାରଥୀ, ଡାକ୍ତର ପଲ୍ଲବୀ ମହାରଥୀ, ଓଡ଼ିଶା ମୋ ପରିବାରର ଜିଲା ସଂଯୋଜକ ଶୁଭାଶିଷ ଖୁଣ୍ଟିଆ, ପିପିଲି ବ୍ଲକ ଅଧ୍ୟକ୍ଷା ଦେବସ୍ୱିନୀ ନନ୍ଦ, ରାଜ୍ୟ ବିଜେଡି ସଂପାଦକ ପ୍ରିୟବ୍ରତ ସାମନ୍ତରାୟ ପ୍ରମୁଖ ଯୋଗଦେଇ ସ୍ୱର୍ଗତ ମହାରଥୀ ଓ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସେଠାରେ ଚାରାରୋପଣ କରିଥିଲେ। ଅତିଥିମାନେ ସ୍ୱର୍ଗତ ମହାରଥୀଙ୍କ ରାଜନୈତିକ ଜୀବନ ଓ ସମାଜସେବା ସଂପର୍କରେ ଆଲୋକପାତ କରିବା ସହ ଅଞ୍ଚଳର ସର୍ବାଙ୍ଗୀଣ ଉନ୍ନତି କ୍ଷେତ୍ରରେ ତାଙ୍କ ଅତୁଳନୀୟ ଅବଦାନକୁ ମନେ ପକାଇଥିଲେ। ଏହି ଅବସରରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ପକ୍ଷରୁ ସେଠାରେ ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ପୁରୀ ବ୍ଲଡ୍‌‌ ବ୍ୟାଙ୍କ ଅଧିକାରୀ ଡାକ୍ତର ଦୀପକ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୋଟ୍‌‌ ୧୨୬ ୟୁନିଟ୍‌‌ ରକ୍ତ ସଂଗ୍ରହ ହୋଇଥିଲା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories