www.samajalive.in
Sunday, December 7, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ବିଜେଡି ପକ୍ଷରୁ ରକ୍ତଦାନ ଶିବିର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଜେଡି ପକ୍ଷରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ରକ୍ତ ଭଣ୍ଡାରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଏହି କାର୍ଯ୍ୟକ୍ରମ କରାଯାଇଛି। ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଫିରୋଜ ଖାଁଙ୍କ ନେତୃତ୍ୱରେ ବିଜେଡି କର୍ମୀ ଏବଂ ଯୁବକମାନେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। ରକ୍ତଦାତାମାନଙ୍କୁ ମାନପତ୍ର ଦେଇ ଉତ୍ସାହିତ କରାଯାଇଥିଲା। ତେବେ ଆଜିର ଦିନରେ ରକ୍ତଦାନ କରି ଲୋକଙ୍କ ସେବା କରିବା ଏବଂ ଲୋକଙ୍କୁ ରକ୍ତ ପ୍ରଦାନ କରିବା ଆଜିର କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ, ତେଣୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ଏଭଳି କାର୍ଯ୍ୟକ୍ରମ କରାଯାଉଛି। ଏହି ଶିବିରକୁ ପୂର୍ବତନ ବିଧାୟକ ରାଜ୍ୟ ସାଧାରଣ ସମ୍ପାଦକ ଆୟୁବ ଖାଁ ଉଦଘାଟନ କରିଥିଲେ। ଏହି ଶିବିରରେ ରାଜ୍ୟସଭା ସାଂସଦ ପ୍ରତିନିଧି ଶେଖ୍ ଅନୱର, ରାଜ୍ୟ ମହିଳା ଜନତା ଦଳ ଉପସଭାପତି ଗୋପା ମହାନନ୍ଦ, ଜିଲ୍ଲା ସାଧାରଣ ସମ୍ପାଦକ ପିଙ୍ଗି ଖର୍ସେଲ, ସିମରନ କୌର, ବରିଷ୍ଠ ନେତା ବିଜୟ ବଂଶଲ, ଜିଲ୍ଲା ଯୁବ ସାଧାରଣ ସମ୍ପାଦକ ଦେବରାଜ ଯାଦବ, ରୂପେଶ ବେହେରା, ଯୋଗେଶ ପନିକାଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories