www.samajalive.in
Sunday, December 14, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରକ୍ତଦାନ ଶିବିର

ସିମୁଳିଆ : ସାରା ଭାରତରେ ଜନପ୍ରିୟ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ ତମ ଜନ୍ମ ଦିବସ ଅବସରରେ ସିମୁଳିଆ ବିଜୁ ଜନତାଦଳ ତରଫରୁ ଜୀବନ ବିନ୍ଦୁ ବ୍ଲକ ସଂଯୋଜକ ଜୟନ୍ତ କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ମା’ କଲ୍ୟାଣ ମଣ୍ଡପ ଠାରେ ସ୍ଵେଚ୍ଛାକୃତ ମେଗା ରକ୍ତଦାନ ଶିବିର ଆୟୋଜନ କରାଯାଇ ଥିଲା। ଏହି କାର୍ଯ୍ୟକ୍ରମକୁ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ସିମୁଳିଆର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉଦଘାଟନ କରିଥିବା ବେଳେ ଅନ୍ୟତମ ଅତିଥି ଭାବେ ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଯୋଗ ଦେଇ ରକ୍ତ ଦାତାଙ୍କୁ ଉତ୍ସାହିତ କରିଥିଲେ। ବାଲେଶ୍ଵର ବ୍ଲଡ଼ ବ୍ୟାଙ୍କ ଦ୍ୱାରା ଏହି ରକ୍ତଦାନ ଶିବିରରେ ୧୫୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସାଂସଦଙ୍କ ପ୍ରତିନିଧି ରଞ୍ଜନ କୁମାର ବେହେରା, ମହିଳା ବିଜୁ ଜନତା ଦଳର ସଭାନେତ୍ରୀ ପ୍ରମିଳା ବଳ , ୪୨ ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟ ଉମାକାନ୍ତ ମହାରଣା, ଯୁବ ନେତା ଗଦାଧର ଜେନା, ମୀନାକ୍ଷୀ ନାୟକଙ୍କ ସମେତ ସରପଞ୍ଚ ସମିତି ସଭ୍ୟ ମାନେ ଉପସ୍ଥିତ ସହଯୋଗ କରିଥିଲେ। ରକ୍ତଦାତା ମାନଙ୍କୁ ସାଂସଦ ଓ ବିଧାୟକ ପ୍ରମାଣପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।

Hot this week

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

Related Articles

Popular Categories