www.samajalive.in
Friday, December 12, 2025
23.1 C
Bhubaneswar

ରାଧାଗୋବିନ୍ଦପୁରରେ ବିଜେଡି ପକ୍ଷରୁ ରକ୍ତଦାନ ଶିବିର 

ଆଠଗଡ :  ଆଠଗଡ ବିଜୁ ଜନତା ଦଳ ପକ୍ଷରୁ ଓଡିଶା ମୋ ପରିବାର ଓ ଜୀବନବିନ୍ଦୁ ଆନୁକୁଲ୍ୟରେ ରାଧାଗୋବିନ୍ଦପୁର ମା ମଙ୍ଗଳା କ୍ଲବ ପରିସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ବିଜେଡି ସଭାପତି ରବିନ୍ଦ୍ରନାଥ ରାଉତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଂଯୋଜନାରେ ଯୁବନେତା ତଥା ସୁପ୍ରିମକୋର୍ଟର ଆଇନଜୀବୀ ଆଦିତ୍ୟ ପ୍ରତାପ ସ୍ୱାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‍ଘାଟନ କରିବା ସହ ଉଦ୍‍ବୋଧନ ଦେଇଥିଲେ। କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟର ରକ୍ତଭଣ୍ଡାର ପକ୍ଷରୁ ଆସିଥିବା ଡାକ୍ତରୀଦଳ ଏହି ଶିବିରରେ ୧୧୧ୟୁନିଟ ରକ୍ତ ସଂଗ୍ରହ କରିଥିଲେ। ଜିଲ୍ଲା ବିଜେଡି ଉପସଭାପତି ନୃସିଂହ ମହାପାତ୍ର ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୁନିଲ ପରିଡା, ନଗର ବିଜେଡି ସଭାପତି ଶିଶିର ପ୍ରସାଦ ମାନସିଂହ, ଯୁବ ବିଜେଡି ସଭାପତି ଶିବଶଙ୍କର ଜେନା, ଛାତ୍ର ବିଜେଡି ସଭାପତି ସତ୍ୟପ୍ରିୟ ମହାନ୍ତି, ସରପଞ୍ଚ ପୁଷ୍ପଲତା ସାହୁ, ସମିତି ସଭ୍ୟ ପ୍ରତିମା ନାୟକ, ବ୍ଲକ ମହିଳା ବିଜେଡି ସଭାପତି ବାସନ୍ତି ରାଉଳ, ନାରୀନେତ୍ରୀ ଅଶାନ୍ତି ବେହେରା, ଜାନକୀଲତା ନାଏକ, ରେଣୁବାଳା ବସ୍ତି, ଲକ୍ଷ୍ମୀପ୍ରିୟା ବେହେରା, ଶୈଳେନ୍ଦ୍ର ନାରାୟଣ ସ୍ୱାଇଁ ପ୍ରମୁଖ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories