କଟକ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୧ତମ ଶ୍ରାଦ୍ଧ ଦିବସରେ ମଙ୍ଗଳବାର ‘ସମାଜ’ ଓ ଲୋକସେବକ ମଣ୍ଡଳ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଏହି ଅବସରରେ କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟ ଗୋପବନ୍ଧୁ ଭବନରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ସମାଜର ସାଧାରଣ ପରିଚାଳକ(ଜିଏମ) ପ୍ରିୟବ୍ରତ ମହାନ୍ତିଙ୍କ ସମେତ ଅନ୍ୟ କର୍ମଚାରୀ ଓ ସ୍ଵେଚ୍ଛାସେବୀମାନେ ସ୍ଵେଚ୍ଛାକୃତ ରକ୍ତଦାନ କରିଥିଲେ। ‘ସମାଜ’ର ପ୍ରକାଶକ ନିରଞ୍ଜନ ରଥ, ସମାଜର ସମ୍ପାଦକ ବାମାପଦ ତ୍ରିପାଠୀ, ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ ପ୍ରଭାସ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।
Popular Categories


