www.samajalive.in
Thursday, December 11, 2025
27.1 C
Bhubaneswar

ବିଏମସି ବୈଠକ: ବଢ଼ିଲା ମେୟର, ଡେପୁଟି ମେୟର ଓ କର୍ପୋରେଟରଙ୍କ ଭତ୍ତା, ଜାଗା ମିଶନକୁ ନେଇ ହୋହାଲ୍ଲା କଲା ବିଜେପି

ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ର ମେୟର, ଡେପୁଟି ମେୟର ଓ କର୍ପୋରେଟରମାନଙ୍କର ବୈଠକ ଭତ୍ତା ବୃଦ୍ଧି କରାଯାଇଛି। କର୍ପୋରେସନ ବୈଠକ ପାଇଁ ମେୟର ଭତ୍ତା ହେଲା ୫୦ ହଜାର ରଖାଯାଇଥିବାବେଳେ ଡେପୁଟି ମେୟର ପାଇବେ ୨୫ ହଜାର ଟଙ୍କା।

ଏନେଇ କର୍ପୋରେସନ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ କର୍ପୋରେଟରମାନଙ୍କ ଭତ୍ତା ୧୦ ହଜାର କରାଯାଇଥିବାବେଳେ ପ୍ରତି କର୍ପୋରେସନ ବୈଠକ ପିଛା କର୍ପୋରେଟରଙ୍କୁ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ମେୟର ଓ ଡେପୁଟି ମେୟର ସହ କର୍ପୋରେଟରଙ୍କ ଭତ୍ତା ବିଏମସି ପ୍ରଦାନ କରିବ ବୋଲି ବିଏମସି କମିସନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି।

- Advertisement -

ଅପରପକ୍ଷରେ ବିଏମସି ବୈଠକରେ ବିଜେପି କର୍ପୋରେଟରମାନେ ଜାଗା ମିଶନକୁ ନେଇ ହୋହାଲ୍ଲା କରିଛନ୍ତି। ଜାଗା ମିଶନକୁ ନେଇ ବିଏମସି ଲୋକଙ୍କୁ ଭୁଆଁ ବୁଲାଯାଉଥିବା ଅଭିଯୋଗ କରିଛନ୍ତି ବିଜେପି କର୍ପୋରେଟର। ବିଜେପି କର୍ପୋରେଟରଙ୍କ ହୋହାଲ୍ଲା ଫଳରେ ୨ ଘଣ୍ଟା ବନ୍ଦ ରହିଥିଲା ବିଏମସି ବୈଠକ।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories