www.samajalive.in
Saturday, December 6, 2025
23.1 C
Bhubaneswar

ପୁଣି ଚାଲିବ କୁକୁର ବନ୍ଧ୍ୟାକରଣ

ଭୁବନେଶ୍ବର : ଭୁବନେଶ୍ବର ମହାନଗରରେ ପୁଣି ଚାଲିବ କୁକୁର ବନ୍ଧ୍ୟାକରଣ । ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ବିଏମସି ପକ୍ଷରୁ ଏହା ଆରମ୍ଭ କରାଯିବ । ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ଏ ନେଇ ସୂଚନା ଦେଇଛନ୍ତି। ମଞ୍ଚେଶ୍ବର ଅଞ୍ଚଳରେ ଥିବା ଡଗ୍ କେନେଲରେ ବନ୍ଧ୍ୟାକରଣ କରାଯିବ । ହାଇକୋର୍ଟଙ୍କ ରହିତାଦେଶ ପରେ ଜୁଲାଇ ୬ତାରିଖରୁ ବନ୍ଧ୍ୟାକରଣ ବନ୍ଦ ଥିଲା।

ସୋମବାର ହାଇକୋର୍ଟ ବିଏମ୍‌ସିକୁ ସବୁଜ ସଙ୍କେତ ଦେଇଥିଲେ। କୁକୁର ବନ୍ଧ୍ୟାକରଣ ଉପରେ ଥିବା ରହିତାଦେଶକୁ ହାଇକୋର୍ଟ ଉଠାଇ ଦେଇଥିଲେ । ସହରରେ ଦିନକୁ ଦିନ ବୁଲା କୁକୁରଙ୍କ ଉପଦ୍ରବ ବଢି ଚାଲିଥିବାବେଳେ ଲୋକଙ୍କ ଅସନ୍ତୋଷକୁ ଦେଖି ବିଏମ୍‌ସି ନିଜଆଡୁ ଏହି ମାମଲାରେ ହସ୍ତକ୍ଷେପ କରିଥିଲା । ଯାହାକୁ କୋର୍ଟ ମଞ୍ଜୁରୀ ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories