www.samajalive.in
Saturday, December 6, 2025
26.1 C
Bhubaneswar

ଆରବ ସାଗରରେ ଓଲଟିଲା ମହାରାଷ୍ଟ୍ର ମୁଖ୍ୟ ଶାସନ ସଚିବଙ୍କୁ ନେଇ ଯାଉଥିବା ଡଙ୍ଗା, ଜଣେ ମୃତ

ମୁମ୍ବଇ : ମହାରାଷ୍ଟ୍ର ମୁଖ୍ୟ ଶାସନ ସଚିବଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ମୁମ୍ବଇ ନିକଟସ୍ଥ ଆରବ ସାଗରରେ ଓଲଟି ପଡ଼ିବା ଫଳରେ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ନରିମନ ପଏଣ୍ଟଠାରୁ ୨.୬ କିଲୋମିଟର ଦୂରରେ ଆରବ ସାଗର ମଧ୍ୟରେ ଡଙ୍ଗାଟି ଓଲଟି ପଡ଼ିଥିଲା। ଡଙ୍ଗାଟି ଶ୍ରିମକମାନଙ୍କୁ ନେଇ ଛତ୍ରପତି ଶିବାଜୀ ମହାରାଜ ମେମୋରିଆଲ ଅଭିମୁଖେ ଯାଉଥିଲା। ଭାରତୀୟ ତଟରକ୍ଷୀ ବାହିନୀ ଦ୍ୱାରା ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। କେତେକ ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ମୃତ ବ୍ୟକ୍ତିଙ୍କ ନାମ ସିଦ୍ଧାର୍ଥ ପୱାର ଏବଂ ତାଙ୍କ ଘର ସାନ୍ତାକ୍ରୁଜରେ ବୋଲି ଜାଣିବାକୁ ମିଳିଛି। ଏକ ବତୀଘର ଚଟାଣରେ ପିଟି ହୋଇ ଡଙ୍ଗାଟି ଓଲଟି ପଡ଼ିଥିଲା ବୋଲି କୁହାଯାଉଛି। ଶିବାଜୀ ମହାରାଜ ମେମୋରିଆଲରେ ଚାଲିଥିବା ନିର୍ମାଣ କାର୍ଯ୍ୟ ପାଇଁ ପ୍ରଶାସନର କେତେଜଣ ବରିଷ୍ଠ ଅଧିକାରୀ, ରାଜ୍ୟର ମୁଖ୍ୟ ଶାସନ ସଚିବ ଶ୍ରମିକଙ୍କୁ ନେଇ ଡଙ୍ଗାରେ ଯାଉଥିଲା ବେଳେ ଏହି ଦୁର୍ଘଟଣା ଘଟିଥିଲା ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories