www.samajalive.in
Wednesday, December 10, 2025
14.1 C
Bhubaneswar

କପି ପାଇଁ କାର୍ଯ୍ୟାନୁଷ୍ଠାନ : ତିନୋଟି କେନ୍ଦ୍ରର ଇଂରାଜୀ ପରୀକ୍ଷା ବାତିଲ

କଟକ : ମାଟ୍ରିକ ପରୀକ୍ଷାରେ ହୋଇଥିବା କପି ଅଭିଯୋଗରେ ବୋର୍ଡ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବୋର୍ଡପକ୍ଷରୁ ତିନୋଟି ପରୀକ୍ଷା କେନ୍ଦ୍ରର ଇଂରାଜୀ ପରୀକ୍ଷା ବାତିଲ କରିବାପାଇଁ ନିଷ୍ପତ୍ତି ନିଆଯାଇଥିଲେ ମଧ୍ୟ ଖାତା ମୂଲ୍ୟାୟନ ପରେ ବୋର୍ଡର ପରୀକ୍ଷା କମିଟି ଏହି ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି ଜଣାପଡିଛି। ପରୀକ୍ଷା ବାତିଲ ପାଇଁ ନିଷ୍ପତ୍ତି ହୋଇଥିବା କେନ୍ଦ୍ର ଗୁଡିକ ହେଉଛି- ବଲାଙ୍ଗୀର ଜିଲାର ଘୁନୁସର ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ଜିଲା ପଳାସପିଠାର ପି.ଆର ଉଚ୍ଚ ବିଦ୍ୟାଳୟ ଏବଂ କଟକ ଗୋପୀନାଥପୁରର କୃପାସିନ୍ଧୁ ନୋଡାଲ ଉଚ୍ଚ ବିଦ୍ୟାଳୟ।
ବାକି ଥିବା ପରୀକ୍ଷା ପାଇଁ ସଂପୃକ୍ତ ବିଦ୍ୟାଳୟରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୁଲିସ ତରଫରୁ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାକୁ ଡିଇଓ ଏସପିଙ୍କୁ ଅବଗତ କରାଇବେ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ଜାହାନା ଆରା ବେଗମ ସୂଚନା ଦେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories