www.samajalive.in
Tuesday, December 9, 2025
15.1 C
Bhubaneswar

ପ୍ରଥମେ ଗିରଫ, ଏବେ ନିଲମ୍ବନ । ସରକାର ନେଲେ ବଡ କାର୍ଯାନୁଷ୍ଠାନ

ନିଲମ୍ବନ ହେଲେ ନିହାର ରଂଜନ ମହାନ୍ତି । ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତିଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଲମ୍ବିତ କରିଛି । କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହେବା ପରେ ଏହି ବଡ଼ ପହକ୍ଷେପ ନେଇଛି ବିଭାଗ । ସୋମବାର ବୋର୍ଡର ସଭାପତି ସଚ୍ଚିବାଳୟରେ ମନ୍ତ୍ରୀ ଓ ସଚିବଙ୍କୁ ଭେଟିବା ପରେ ତାଙ୍କ ଉପରେ ନିଲମ୍ବନ ଚର୍ଚ୍ଚା ବଢ଼ିଥିଲା । ଏହାର ଚବିଶ ଘଣ୍ଟା ଭିତରେ ଏହି ପଦକ୍ଷେପ ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହୋଇ ଏବେ ଜେଲରେ ଅଛନ୍ତି ନିହାର ମହାନ୍ତି । ପୁରା ଘଟଣାରେ ସେ ହିଁ ମୁଖ୍ୟ କାର୍ପଟଦାର ବୋଲି ତଦନ୍ତ ବେଳେ ଜାଣିବାକୁ ପାଇଥିଲା ତଦନ୍ତକାରୀ ସଂସ୍ଥା । ତେଣୁ ତାଙ୍କୁ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହୋଇପାରେ ବୋଲି ସବୁ ମହଲରେ ଚର୍ଚ୍ଚା ହୋଇ ଆସୁଥିଲା । ଶେଷରେ ସେୟା ହୋଇଛି, ପ୍ରଥମେ ଗିରଫଦାରୀ ପରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ବୋର୍ଡ ଉପସଭାପତି ନିହାର ମହାନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories