www.samajalive.in
Sunday, December 7, 2025
23.1 C
Bhubaneswar

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ ଶିବିର ଅନୁଷ୍ଠିତ

ବୌଦ୍ଧ: ବୌଦ୍ଧଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ପରିସରରେ ୟୁଥ୍‍ ରେଡକ୍ରସ ପକ୍ଷରୁ ତାଲିମ ଶିିବିର ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ରେଡକ୍ରସ ପତାକୁ ଉତ୍ତୋଳନ କରି ଏହି ତ୍ରିଦିବସୀୟ ଶିବିରକୁ ଉଦ୍‍ଘାଟନ କରିଥିଲେ। ଉଦ୍‍ଘାଟନୀ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ଡ. ଦିଲ୍ଲିପ କୁମାର ଖୁଣ୍ଟିଆ, ଜିଲ୍ଲା କୋଡିନେଟର ସୁରେଶ୍ୱର ଯୋଷୀ, କାଉନସେଲର ଅଧ୍ୟାପିକା ବାସନ୍ତୀ ପ୍ରଧାନ ଯୋଗଦାନ କରି ଶିବିରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଆଲୋଚନା କରିଥିଲେ। ଯୁବ ରେଡକ୍ରସ ଅଧିକାରୀ ପ୍ରବୀର କୁମାର ଦାସ ଛାତ୍ରଛାତ୍ରୀମାନଙ୍କୁ ରେଡକ୍ରସର ଇତିହାସ ଓ କାର୍ଯ୍ୟଧାରା, ଫାଷ୍ଟଏଡ୍‍, ରକ୍ତଦାନ, ପ୍ରାକୃତିକ ବପର୍ଯ୍ୟୟ, ଏଚ୍‍.ଆଇ.ଭି ଓ ସଡକ ସୁରକ୍ଷା ଉପରେ ତାଲିମ ପ୍ରଦାନ କରାଯିବ ବୋଲି ସୂଚନା ପ୍ରଦାନ କରିଥିଲେ। ଏଥିରେ ଛାତ୍ରଛାତ୍ରୀ ଓ ମହାବିଦ୍ୟାଳୟର କାଉନସେଲରମାନେ ଯୋଗଦାନ କରିଥିଲେ।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories