www.samajalive.in
Sunday, December 7, 2025
14.1 C
Bhubaneswar

ବାଉଁଶବୁଦା ଉହାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ରେଙ୍ଗାଲି: ଶାସନ ଥାନା ଅନ୍ତର୍ଗତ କୁମ୍ଭାରକଟା ଚାରପଡ଼ାର ଅନତି ଦୂରରେ ଏକ ବାଉଁଶବୁଦା ଉହାଡରେ ଜନୈକ ଯୁବକଙ୍କ ମୃତଦେହ ଶାସନ ପୁଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ଭାଲୁବାହଲ ଗ୍ରାମର ପଦ୍ମଲୋଚନ ପ୍ରଧାନ(୩୨) ବୋଲି ଜଣାପଡ଼ିଛି।

ବାଉଁଶ ବୁଦା ପାଖରେ ଏକ ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ସୂଚନା ଦେଲାପରେ ଆଇଆଇସି ଲୋକନାଥ ସାହୁ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରାଇ ପଞ୍ଚନାମା କଲାପରେ ବ୍ୟବଚ୍ଛେଦ ପାଇଁ ପଠାଇଥିବାର ପ୍ରକାଶ। ସଦର ଏସଡିପିଓ ପ୍ରଦୀପ କୁମାର ସାହୁ ମଧ୍ୟ ସାଇଣ୍ଟିଫିକ୍‍ ଟିମ୍‍ ସହ ଘଟଣା ସ୍ଥଳରେ ପହଞ୍ଚି ସରଜମିନ ଅନୁଧ୍ୟାନ କରିଥିବା ଜଣାପଡ଼ିଛି। ଅପରପକ୍ଷେ ପଦ୍ମଲୋଚନଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି ବୋଲି ଆଇଆଇସି ଲୋକନାଥ ସାହୁଙ୍କ ସୂତ୍ରରୁ ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି। ମୃତ ପଦ୍ମଲୋଚନ ରେଳବିଭାଗର ଗେଟ୍‍ ମ୍ୟାନ୍‍ କାମ କରୁଥିଲେ। ଝାରସୁଗୁଡାରେ ସେ ଅବସ୍ଥାପିତ ଥିଲେ ବୋଲି ଜଣାପଡ଼ିଛି। ଏସଂକ୍ରାନ୍ତରେ ଏକ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ଜାରି ରହିଛି ବୋଲି ଆଇଆଇସି ଶ୍ରୀ ସାହୁ କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories