www.samajalive.in
Friday, December 5, 2025
27.1 C
Bhubaneswar

ସୁନା ଦୋକାନକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ପାଟଣା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ। ମୃତକ ସିଦ୍ଧାର୍ଥ ପ୍ରଧାନ ବୋଲି ଜଣାପଡିଛି। ସୂଚନା ମୂତାବକ ସୋମବାର ବିଳମ୍ବିତ ରାତିରେ ସିଦ୍ଧାର୍ଥ ଅଳଙ୍କାର ଦୋକାନରେ ଡ୍ୟୁଟି କରୁଥିଲେ। ଏତିକି ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ପରେ ତାଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଗ୍ରାମବାସୀମାନେ ଥାନାର ଦ୍ଵାରସ୍ଥ ହୋଇଛନ୍ତି। ଟ୍ରକ୍ ଡ୍ରାଇଭର ଜଣକ ନିଶାଶକ୍ତ ଅବସ୍ଥାରେ ଏଭଳି ଅଘଟଣ ଘଟାଇଥିବା କୁହାଯାଉଛି। ପରେ ଖବର ପାଇ ପୁଲିସ୍  ଟ୍ରକଟିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ କରୁଛି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories