ବଲାଙ୍ଗୀର: ବଲାଙ୍ଗୀର ଗାନ୍ଧୀନଗର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଥିବା ଏକ ଶନି ମନ୍ଦିର ଭିତରକୁ ଟ୍ୟାଙ୍କର ମାଡିଯାଇଛି। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ବଲାଙ୍ଗୀର ଜାତୀୟ ରାଜପଥରେ ଏକ ଟ୍ୟାଙ୍କର ଦ୍ରୁତ ଗତିରେ ଆସୁଥିବାବେଳେ ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ଶନି ମନ୍ଦିର ଭିତରକୁ ମାଡିଯାଇଛି। ଫଳରେ ମନ୍ଦିରଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଦୁର୍ଘଟଣାରେ ମନ୍ଦିର ପୂଜକ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଟ୍ୟାଙ୍କର ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।
Popular Categories



