www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ବିଇଓଙ୍କ ନିଲମ୍ବନ ପ୍ରତ୍ୟାହୃତ

ବଲାଙ୍ଗିର: ବଲାଙ୍ଗିର ଜିଲା ପୁଇଁନ୍ତଳା ତଥା ବଲାଙ୍ଗିର ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ) ନେପାଳ ଚନ୍ଦ୍ର ବାଗଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆସିଥିଲା । ଏହାର ଯାଞ୍ଚ କରାଯାଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶ୍ରୀ ବାଗଙ୍କୁ ୨୦୨୧ ଜୁନ ୯ ତାରିଖରେ ଚିଠି ସଂଖ୍ୟା-୧୦୪୭୨ରେ ନିଲମ୍ବିତ କରାଯାଇଥିଲା । ପ୍ରାୟ ବର୍ଷେ ଧରି ସେ ନିଲମ୍ବିତ ହୋଇ ରହିଥିବା ବେଳେ ତାଙ୍କୁ ପୁନଃ ଅବସ୍ଥାପିତ କରାଯାଇ ନଥିଲା । ଇତିମଧ୍ୟରେ ମାନ୍ୟବର ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଶୁକ୍ରବାର ଚିଠି ସଂଖ୍ୟା ୯୭୫୩ରେ ପୂର୍ବତନ ବିଇଓ ଶ୍ରୀ ବାଗଙ୍କୁ ପୁନଃ ଅବସ୍ଥାପିତ କରାଯାଇଥିବା ଦର୍ଶାଇଛନ୍ତି । ତାଙ୍କୁ କଳାହାଣ୍ଡି ଜିଲା ଜୁନାଗଡ ବାଳକ ହାଇସ୍କୁଲର ପ୍ରଧାନ ଶିକ୍ଷକ ଭାବେ ତୁରନ୍ତ ଯୋଗଦେବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories