www.samajalive.in
Saturday, December 6, 2025
15.1 C
Bhubaneswar

ବୋଲେରୋ ଧକ୍କାରେ ବାଇକ୍ ଆରୋହୀ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ବୋଲେରୋ ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ତୁରୁମୁଙ୍ଗା ମେଡିକାଲ ଓ ପରେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ବ୍ୟକ୍ତି ଜଣଙ୍କ ସାହାରପଡା ନିକଟ ଗରାଣ୍ଡିଯୋଡି ଗ୍ରାମର ସୁରେନ୍ଦ୍ର ଦଳେଇ(୫୦) ବୋଲି ଜଣାପଡିଛି । ସେ ବାଇକ୍ ଯୋଗେ ତୁରୁମୁଙ୍ଗା ବଜାରରୁ ଚଢେଇଭୋଳ ଆଡ଼କୁ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବୋଲେରୋ ତାଙ୍କ ବାଇକକୁ ଧକ୍କା ଦେଇଥିଲା । ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ କରୁଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories