www.samajalive.in
Monday, December 8, 2025
13.1 C
Bhubaneswar

ଚାଲିଚାଲି ଯିବାବେଳେ ପଛପଟୁ ଧକ୍କା ଦେଲା ବୋଲେରୋ: ବାପ ମୃତ, ପୁଅ ଆହତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ବାଲିଗୁଡା ମୁଖ୍ୟ ରାସ୍ତାର ବନ୍ଧଗଡ଼ ପଞ୍ଚାୟତ ତେଲିମୁଣ୍ଡା ଛକ ନିକଟରେ ଏକ ବୋଲେରୋ ଗାଡ଼ି ରାସ୍ତାରେ ଚାଲିଚାଲି ଯାଉଥିବା ଦୁଇଜଣ ଲୋକଙ୍କୁ ପଛପଟୁ ଧକ୍କା ଦେଇଛି। ଫଳରେ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ମୃତକ ଜଣକ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ବାଟାଗୁଡା ପଞ୍ଚାୟତ ସିଙ୍ଗିମିଲା ଗାଁର ଯୁଗଳ ଦିଗାଲ ଏବଂ ଆହତ ଯୁବକ ଜଣକ ମୃତକଙ୍କ ପୁଅ କୁଶ ଦିଗାଲ ବୋଲି ଜଣାପଡିଛି।

ସୂଚନା ଅନୁସାରେ, ଗତକାଲି ମୃତ ଯୁଗଳ ଓ ତାଙ୍କ ପୁଅ କୌଣସି କାମରେ ଫୁଲବାଣୀ ଯାଇ ସକାଳୁ କୌଣସି ଗାଡି ନମିଳିବାରୁ ଫୁଲବାଣୀରୁ ଏକ ଡାଲା ଗାଡ଼ିରେ ଫିରିଙ୍ଗିଆ ଯାଏ ଆସିଥିଲେ। ଫିରିଙ୍ଗିଆଠାରୁ ସାରଙ୍ଗଗଡ଼କୁ ଚାଲିଚାଲି ଯାଉଥିବା ସମୟରେ ତେଲିମୁଣ୍ଡା ଛକ ନିକଟରେ ଫିରିଙ୍ଗିଆ ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ଉଭୟଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ବାପା ଯୁଗଳଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ପୁଅ କୁଶ ଦିଗାଲ ଆହତ ହୋଇଥିଲେ। ଦୁର୍ଘଟଣା ଘଟାଇଥିବା ବୋଲେରୋ ଦୁର୍ଘଟଣା ପରେ ଘଟଣା ସ୍ଥଳରୁ ଫେରାର ମାରିବାକୁ ଚେଷ୍ଟା କରୁଥିବା ବେଳେ ଦୁର୍ଘଟଣା ସ୍ଥଳରୁ କିଛି ଦୂରରେ ବୋଲେରୋ ଗାଡିର ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଷ୍ଟାର୍ଟ ବନ୍ଦ ହୋଇଯାଇଥିଲା। ଯାହାଫଳରେ ବୋଲେରୋ ଡ୍ରାଇଭର ଓ ବୋଲେରୋରେ ବସିଥିବା କିଛି ଲୋକ ରାସ୍ତା କଡରେ ବୋଲେରୋ ଛାଡି ଫେରାର ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଫିରିଙ୍ଗିଆ ଥାନା ଅଧିକାରୀ ରମେଶ କୁମାର ପ୍ରଧାନଙ୍କ ନିର୍ଦେଶକ୍ରମେ ଏସଆଇ ବିକାଶ କୁମାର ଜାଲିଙ୍କ ସହ ଏକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀଙ୍କ ସହାୟତାରେ ମୃତଦେହକୁ ଫିରିଙ୍ଗିଆ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଏଥିସହ ଦୁର୍ଘଟଣା ଘଟାଇଥିବା ବୋଲେରୋକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଥିବା ଫିରିଙ୍ଗିଆ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି। ଅନ୍ୟପଟେ ବର୍ତମାନ ସୁଦ୍ଧା ଦୁର୍ଘଟଣା ଘଟାଇଥିବା ଗାଡ଼ି ମାଲିକ କିମ୍ବା ଡ୍ରାଇଭରର କୌଣସି ପତ୍ତା ମିଳିନଥିବା ବେଳେ ଖୁବଶୀଘ୍ର ସେମାନଙ୍କ ସନ୍ଧାନ ମିଳିବ ବୋଲି ଥାନା ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories