www.samajalive.in
Monday, December 15, 2025
27.1 C
Bhubaneswar

ଗଛକୁ ପିଟିଲା ବୋଲେରୋ, ୪ ଗୁରୁତର

ପିପିଲି: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ପିପିଲି ବାଇପାସ ରାସ୍ତାରେ ବୁଧବାର ଅପରାହ୍ନରେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କ୍ୟାପିଟାଲ ହସ୍‍ପିଟାଲ୍‍କୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

କେନ୍ଦ୍ରପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦଧିପୁର ଅଞ୍ଚଳର ଏକ ପରିବାର ଆଜି ପୁରୀ ବୁଲିବାକୁ ଯାଇ ଘରକୁ ଫେରୁଥିବା ବେଳେ ଅପରାହ୍ନ ୩ଟା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ଏକ ବୋଲେରୋ ଗାଡିରେ ଉକ୍ତ ପରିବାରର ୭ଜଣ ପୁରୀରୁ କଟକ ଅଭିମୁଖେ ଫେରୁଥିବା ବେଳେ ପିପିଲି ବାଇପାସ ରାସ୍ତାର ଡିହସାହି ଗ୍ରାମ୍ୟଛକଠାରେ ରାସ୍ତା କଡରେ ଥିବା ଏକ ଚାକୁଣ୍ଡା ଗଛରେ ବୋଲେରୋ ଗାଡି ନିୟନ୍ତ୍ରଣ ହରାଇ ପିଟି ହୋଇଯାଇଥିଲା। ଏଥିରେ ବୋଲେରୋ ଗାଡିର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଗାଡିରେ ଥିବା ଦିଲିପ କୁମାର ସ୍ୱାଇଁ (୪୫), ସଂଯୁକ୍ତା ସ୍ୱାଇଁ (୪୦), ପ୍ରୀୟତମା ରାଉତ (୩୫) ଓ ଗାଡିର ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଥିଲେ। ହାଇୱେ ପାଟ୍ରୋଲିଂ ପୁଲିସ ସେଠାରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ଆମ୍ବୁଲାନ୍ସ ଯୋଗେ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଅବସ୍ଥା ଗୁରୁତର ଥିବାରୁ ପରେ ସେମାନଙ୍କୁ କ୍ୟାପିଟାଲ ହସ୍‍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ପିପିଲି ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories