www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟସଭାରେ କିମ୍ବଦନ୍ତୀ ଗାୟିକା ଲତାଙ୍କ ପାଇଁ ଶୋକ

ନୂଆଦିଲ୍ଲୀ : ଆଉ ନାହାନ୍ତି କିମ୍ବଦନ୍ତୀ ଗାୟିକା ଲତା ମଙ୍ଗେସକର। ତାଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇ ଯାଇଛି ସାରା ଦେଶ। ଫେବ୍ରୁଆରୀ ୬ ଏବଂ ୭ ରେ କେନ୍ଦ୍ର ସରକାର ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ଦିବଙ୍ଗତ ସ୍ୱର ସମ୍ରାଜ୍ଞୀ ଲତା ମଙ୍ଗେସରଙ୍କୁ ରାଜ୍ୟସଭାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଗୃହରେ ରାଜ୍ୟସଭା ସଦସ୍ୟ ଗୋଟିଏ ମିନିଟ ନିରବ ପ୍ରାର୍ଥନା କରିଛନ୍ତି। ଏକ ଯୁଗର ଅବସାନ କହି ରାଜ୍ୟସଭା ଅଧ୍ୟକ୍ଷ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ସୂଚନାନୁସାରେ, ଲୋକସଭାରେ ଅପରାହ୍ନ ୪ ଟାରୁ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ଓମ ବିର୍ଲା ଲତା ମଙ୍ଗେଶକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ତାଙ୍କ ସମ୍ମାନାର୍ଥେ ଲୋକସଭାରେ ଗୃହକାର୍ଯ୍ୟ ଏକ ଘଣ୍ଟା ପାଇଁ ସ୍ଥଗିତ ରଖାଯିବ ।
କିମ୍ବଦନ୍ତୀ ଗାୟିକା ଲତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ଉଭୟ ଲୋକସଭା ଓ ରାଜ୍ୟ ସଭାରେ ଗୃହକୁ ଆଜି ଏକ ଘଣ୍ଟା ପାଇଁ ସ୍ଥଗିତ ରଖାଯାଇଛି।
ରବିବାର ସକାଳେ ମୁମ୍ବଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ ଲତା ମଙ୍ଗେସକରଙ୍କର ଦେହାନ୍ତ ହୋଇଥିଲା। ରବିବାର ପ୍ରାୟ ସନ୍ଧ୍ୟା ୬.୩୦ ସମୟରେ ତାଙ୍କୁ ରାଷ୍ଟ୍ରୀୟ ସମ୍ମାନ ସହ ମୁମ୍ବଇରେ ଅନ୍ତିମ ସଂସ୍କାର କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁମ୍ବଇରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ସ୍ୱର ସାମ୍ରାଜ୍ଞୀ ଲତାଙ୍କ ପାଇଁ ଦେଶରେ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଜାତୀୟ ଶୋକ ସମୟରେ ଫେବୃଆରୀ ୬ ଏବଂ ୭ ରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ । ମହାନ ଗାୟିକାଙ୍କ ସମ୍ମାନାର୍ଥେ ଦୁଇ ଦିନିଆ ଜାତୀୟ ଶୋକ ପାଳନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ସମୟ ମଧ୍ୟରେ କୌଣସି ସରକାରୀ କାର୍ୟ୍ୟକ୍ରମ ହେବ ନାହିଁ ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories