www.samajalive.in
Saturday, December 6, 2025
26.1 C
Bhubaneswar

ଲତାଙ୍କ ପାଇଁ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ: ଅଜି ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକ ହୋଇଛି । ବାର୍ଦ୍ଧକ୍ୟ ଜନିତ କାରଣରୁ ଲତା ୯୨ ବର୍ଷରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଲତା ମଙ୍ଗେଶକରଙ୍କ ମୃତ୍ୟୁକୁ ନେଇ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏଥିଲାଗି ୨ ଦିନ ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ତେବେ ଗତ ୨୯ ଦିନ ଧରି ମୁମ୍ବାଇର ବ୍ରେକ୍ କ୍ୟାଣ୍ଡି ହସ୍ପିଟାଲରେ ଲତାଙ୍କର ଚିକିତ୍ସା ଚାଲିଥିଲା। ସେ କରୋନା ଏବଂ ନିମୋନିଆରେ ସଂକ୍ରମିତ ହେବା ପରେ ତାଙ୍କୁ ଜାନୁଆରୀ ୮ ରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଇତିମଧ୍ୟରେ ସେ କୋଭିଡ୍ ଏବଂ ନିମୋନିଆରୁ ଆରୋଗ୍ୟ ଲାଭ କରିଥିଲେ ସୁଦ୍ଧା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ। ହେଲେ ଆଜି ସକାଳେ ୮ଟାରେ ତାଙ୍କର ପରଲୋକ ହୋଇଛି ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories