www.samajalive.in
Monday, December 15, 2025
14.1 C
Bhubaneswar

ବାପୁଜୀନଗରର ୨ଟି ସ୍ଥାନରେ ବୋମାମାଡ଼, ସିସିଟିଭି ଫୁଟେଜରୁ ଅଭିଯୁକ୍ତଙ୍କୁ ଖୋଜୁଛି ପୁଲିସ

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ଵରର ୨ଟି ସ୍ଥାନରେ ବୋମାମାଡ଼ ହୋଇଛି। ବୁଧବାର ବିଳମ୍ବିତ ରାତିରେ ବାପୁଜୀନଗରର ଦୁଇଟି ସ୍ଥାନରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ବାପୁଜୀନଗରର କେଦାରପଲ୍ଲୀ ଲେନ-୧ ଏବଂ ଶିଶୁଭବନ ନିକଟ ବହରମପୁର ବସ୍ତି ଗଳିରେ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ପୂର୍ବଶତ୍ରୁତାରୁ ବୋମାମାଡ଼ କରାଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ କ୍ୟାପିଟାଲ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି। ସିସିଟିଭି କ୍ୟାମେରା ଫୁଟେଜ ଆଧାରରେ ପୁଲିସ ତଦନ୍ତ କରିବା ସହିତ ଅଭିଯୁକ୍ତମାନଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories