www.samajalive.in
Sunday, December 14, 2025
15.1 C
Bhubaneswar

ଇଣ୍ଡିଗୋ ବିମାନକୁ ବୋମା ଧମକ

ସମାଜ ଲାଇଭ ଡ଼େସ୍କ : କୁଏତରୁ ହାଇଦ୍ରାବାଦ ଅଭିମୁଖେ ଉଡ଼ାଣ ଭରୁଥିବା ଇଣ୍ଡିଗୋ ବିମାନରେ ବୋମା ଥିବା ଧମକପୂର୍ଣ୍ଣ ବାର୍ତ୍ତା ଯୋଗୁଁ ବିମାନକୁ ମୁମ୍ବାଇ ବିମାନବନ୍ଦରେ ଜରୁରୀ ଅବତରଣ କରାଯାଇଛି ।

ସୂଚନା ଅନୁସାରେ ଆଜି କୁଏତରୁ ହାଇଦ୍ରାବାଦ ଅଭିମୁଖୀ ଇଣ୍ଡିଗୋ ବିମାନ-୬ଇ୧୨୩୪କୁ ବୋମା ଥିବା ଧମକ ମିଳିଥିଲା । ​​ଯାହା ଫଳରେ ବିମାନଟିକୁ ମୁମ୍ବାଇରେ ଜରୁରୀ ଅବତରଣ କରାଯାଇଥିଲା । ଇଣ୍ଡିଗୋ ଅଧିକାରୀ ଧମକ ବାର୍ତ୍ତା ପାଇବା ପରେ ପ୍ରୋଟୋକଲ ଅନୁସରଣ କରି, ତୁରନ୍ତ ସମ୍ପୃକ୍ତ ଅଧିକାରୀମାନଙ୍କୁ ଜଣାଇଥିଲେ ଏବଂ ବିମାନରେ ଆବଶ୍ୟକ ସୁରକ୍ଷା ଯାଞ୍ଚ କରିବାରେ ଅଧିକାରୀଙ୍କ ପୂର୍ଣ୍ଣ ସହଯୋଗ କରିଥିବା ସୂଚନା ରହିଛି । ମିଳିଥିବା ତଥ୍ୟ ଅନୁସାରେ ଇମେଲ୍ ମାଧ୍ୟମରେ ବିମାନରେ ‘ମାନବ ବୋମା’ ଥିବା ବାର୍ତ୍ତା ଆସିଥିଲା । ଏହାପରେ ଇଣ୍ଡିଗୋ ଅଧିକାରୀ ମାନେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରି ଦେଇଥିଲେ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories