www.samajalive.in
Thursday, December 11, 2025
16.1 C
Bhubaneswar

ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କୁ ପ୍ରତିଷେଧାତ୍ମକ ପାନ ଦିଅ

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ସମସ୍ତ ସରକାରୀ କର୍ମଚାରୀଙ୍କୁ କରୋନା ପ୍ରତିଷେଧାତ୍ମକ (ବୁଷ୍ଟର) ପାନ ଦିଆଯିବ ବୋଲି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ କୁହାଯାଇଛି। ନିର୍ବାଚନ ଆୟୋଗଙ୍କ ପରାମର୍ଶକ୍ରମେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲାପାଳ ଓ ମହାନଗର ଆୟୁକ୍ତଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି । ପଞ୍ଚାୟତ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସମସ୍ତ କର୍ମଚାରୀଙ୍କୁ (ଯେଉଁମାନଙ୍କ କରୋନା ଦ୍ବିତୀୟ ପାନ ଟିକା ନେବାର ୩ମାସ କିମ୍ବା ୯୦ ଦିନ ପୂରଣ ହୋଇଥିବ) ସେମାନଙ୍କୁ ବୁଷ୍ଟର ପାନ ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ରାଜ୍ୟ ସରକାରଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି। ତଦନୁସାରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ଜିଲାପାଳ, ମହାନଗର ନିଗମ ଆୟୁକ୍ତ ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କୁ ବୁଷ୍ଟର ଦେବା ଲାଗି କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦେଶ ଦିଆଯାଇଛି । ନିର୍ବାଚନରେ ନିୟୋଜିତ କର୍ମଚାରୀ ଯେପରି ‘ବୁଷ୍ଟର’ ଠିକ ସମୟରେ ନେବେ, ସେ ସମ୍ପର୍କରେ ଦୃଷ୍ଟି ଦେବାକୁ ଜିଳାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସ୍ବାସ୍ଥ୍ୟ ବିଭାଗ ତରଫରୁ ପତ୍ର ମାଧ୍ୟମରେ ପରାମର୍ଶ ଦିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories