ବାଲେଶ୍ୱର: କରୋନା ମହାମାରୀ ତା’ର କାୟା ବିସ୍ତାର କରି ଚାଲିଛି। ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନେଇ ଚିନ୍ତାରେ ରାଜ୍ୟ ସରକାର। କରୋନାକୁ ପ୍ରତିହତ କରିବା ପାଇଁ ବିଭିନ୍ନ କଟକଣା ଲାଗୁ କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ସରକାର ଜିଲା ପ୍ରଶାସନମାନଙ୍କୁ ସ୍ୱତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଲକ୍ଷ୍ମଣନାଥ ଟୋଲ ପ୍ଲାଜା ନିକଟରେ ସୀମାକୁ ସିଲ କରାଯାଇଛି। ଏହାସହିତ କଡ଼ାକଡ଼ି ଯାଞ୍ଚ ଚାଲିଛି। ପଶ୍ଚିମବଙ୍ଗ ଫେରନ୍ତାଙ୍କ ଉପରେ କଡ଼ା ନଜର ରଖାଯାଇଛି। ସେହିପରି ପଡ଼ୋଶୀ ଜିଲାବାସୀଙ୍କ ପାଇଁ ମଧ୍ୟ କଟକଣା ଜାରି କରାଯାଇଛି।

ଅପରପକ୍ଷରେ ବାଲେଶ୍ୱର ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଦିଘା ସୀମାରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି।



