www.samajalive.in
Sunday, December 14, 2025
19.1 C
Bhubaneswar

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ: ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଯୁବରେଡକ୍ରସ ପକ୍ଷରୁ ଶୁକ୍ରବାର ଦିନ ଏକ ସାମୁହିକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସାଧନ କର୍ମୀ ଭାବରେ ଜିଲା ମୁଖ୍ୟଚିକିତ୍ସାଳୟର ସ୍ୱାସ୍ଥ୍ୟ ପରାମର୍ଶଦାତା ଡା. ବନୋଜ ପ୍ରଧାନ ଯୋଗଦେଇ ଏଚଆଇଭି (ଏଡସ) ଉପରେ ଆଲୋଚନା କରି ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଇଥିଲେ। ଅନ୍ୟତମ ସାଧନକର୍ମୀ ସ୍ୱାସ୍ଥ୍ୟ ପରାମର୍ଶଦାତା ପ୍ରମୋଦ କୁମାର ମହାରଣା ଯୋଗଦେଇ ଯୌନରୋଗ ଦ୍ୱାରା କିଶୋର , କିଶୋରୀଙ୍କ ଶାରୀରିକ , ମାନସିକ ସମସ୍ୟା ଉପରେ ସମସ୍ତଙ୍କୁ ସଚେତନ କରାଇଥିଲେ। ଯୁବ ରେଡକ୍ରସର ସମ୍ପାଦକ ତଥା ଅଧ୍ୟାପକ ପ୍ରବୀର କୁମାର ଦାସ ତମାଖୁର କୁପ୍ରଭାବ ଉପରେ ଆଲୋଚନା କରିବା ସହିତ ୧୮ ବର୍ଷରୁ ଉର୍ଦ୍ଧ ସମସ୍ତ ଛାତ୍ରଛାତ୍ରୀଙ୍କୁ ରକ୍ତଦାନ କରି ନିଜକୁ ସୁସ୍ଥ ରଖିବା ସହିତ ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଆହ୍ୱାନ କରିଥିଲେ।

ମୁଖ୍ୟଅତିଥି ଭାବେ ଜିଲା ରେଡକ୍ରସ ରକ୍ତଭଣ୍ଡାର ଅଧିକାରୀ ଡା. ମଳୟ କୁମାର ସାହୁ ଏଡସର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିଥିଲେ। ମହାବିଦ୍ୟାଳୟର ଅଧକ୍ଷ୍ୟ ପ୍ରକାଶ ଚନ୍ଦ୍ର ବେହେରା ସମସ୍ତଙ୍କୁ କରୋନା ଓ ଓମିକ୍ରନ ମହାମାରୀ ଠାରୁ ସୁରକ୍ଷିତ ରହିବା ପାଇଁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଏକ ଖୋଲା ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ କରାଯାଇ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ଅଧ୍ୟାପିକା ଅମ୍ରିତା ମହାପାତ୍ର ସହଯୋଗ କରିଥିଲେ। ଶେଷରେ ଏନ ଏସ ଏସର ଅଧିକାରୀ ଅଧ୍ୟାପିକା ବାସନ୍ତୀ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories