www.samajalive.in
Monday, December 15, 2025
24.1 C
Bhubaneswar

ସିରିଜ୍‌ ଲୁଟ୍ : ଏସ୍‌ବିଆଇ ଏଟିଏମ୍‌ ତାଡି ଲୁଟିନେଲେ ଲକ୍ଷାଧିକ ଟଙ୍କା

ବୌଦ୍ଧ : ଦୁଇଟି ଏଟିଏମ୍ ତାଡି ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ। ବୌଦ୍ଧ ଥାନା ବଢିଗାଁ ଏବଂ ବୀରନରସିଂହପୁର ଏସବିଆଇ ଏଟିଏମରୁ ସିରିଜ୍ ଲୁଟ୍ ହୋଇଛି। ଦୁଇଟି ଏଟିଏମରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।  ସୂଚନା ମୂତାବକ ମଙ୍ଗଳବାର ବିଳମ୍ବିତ ରାତିରେ ବଢିଗାଁ ଏବଂ ବୀରନରସିଂହପୁରରେ ଥିବା ଏସ୍‌ବିଆଇ ଏଟିଏମ ଭାଙ୍ଗି କିଛି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଲୁଟ୍ କରିଥିଲେ। ଲୁଟ୍ କରିବା ପରେ ଦୁର୍ବୃତ୍ତ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ଏଟିଏମ୍ ଲୁଟ୍ ହୋଇଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ପରେ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।  ତେବେ କେତେ ଟଙ୍କା ଲୁଟ୍ ହୋଇଛି , ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories