www.samajalive.in
Saturday, December 6, 2025
26.1 C
Bhubaneswar

ବୌଦ୍ଧ ଜିଲାକୁ ମିଳିଲା ସମ୍ମାନଜନକ ସ୍କଚ ଆୱାର୍ଡ

ବୌଦ୍ଧ: ନୂଆଦିଲ୍ଲୀର କନଷ୍ଟିଚ୍ୟୁସନ କ୍ଲବ ଅଫ ଇଣ୍ଡିଆ ଠାରେ ଆଜି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ବୌଦ୍ଧ ଜିଲାକୁ ସମ୍ମାନଜନକ ସ୍କଚ ଆୱାର୍ଡ ପ୍ରଦାନ କରାଯାଇଛି। ବୌଦ୍ଧ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଏବଂ ଜିଲା ହସ୍ତତନ୍ତ ସହକାରୀ ନିର୍ଦ୍ଦେଶକ ବିନାୟକ ପୃଷ୍ଟି ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଯୋଗଦେଇ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ୨୦୨୩ ମସିହା ପାଇଁ ବିଭିନ୍ନ କ୍ଷେତ୍ରରେ ଉଲେଖନୀୟ କାର୍ଯ୍ୟ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ବୌଦ୍ଧ ଜିଲାରେ ହସ୍ତତନ୍ତ ଉନ୍ନୟନ କାର୍ଯ୍ୟକ୍ରମରେ ଉତ୍କର୍ଷ କାମ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବୌଦ୍ଧ ଜିଲାର ପାଟ ଲୁଗା, ମଠା ଲୁଗା, ମନମୁଣ୍ଡିଆ ଗାମୁଛା, ମର୍ଜାକୁଦିଆ ଗାମୁଛା ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି ଲାଭ କରିଛି। ବୌଦ୍ଧ ବୁଣାକାରମାନଙ୍କ ଉନ୍ନତି ଓ ଉତ୍ପାଦିତ ବସ୍ତ୍ରର ବିକ୍ରୟ ସୁବିଧା ପାଇଁ ବୃହତ ବୁଣାକାର ବଜ଼ାର ପ୍ରଶାସନ ଦ୍ୱାରା ଆରମ୍ଭ କରାଯାଇ ପରିଚାଳନା କରାଯାଉଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories