www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ସମ୍ବର୍ଦ୍ଧିତ

ବୌଦ୍ଧ:ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଆଜି ସମ୍ବର୍ଦ୍ଧିତ କରାଯାଇଛି। କାର୍ଯ୍ୟକ୍ରମରେ ବୌଦ୍ଧ ବିଧ୍ୟାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥିଭାବେ ଯୋଗଦେଇ ବୌଦ୍ଧ ଜିଲାର କୃତି ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କ୍ରୀଡା କ୍ଷେତ୍ରରେ ବୌଦ୍ଧ ଜିଲା ଅନେକ ସୁନାମ ଅର୍ଜନ କରିଥିବା ବେଳେ ସନ୍ତରଣ କ୍ଷେତ୍ରରେ ରାଜ୍ୟ ତଥା ରାଷ୍ଟ୍ରୀୟସ୍ତରରେ ଜିଲାର ସନ୍ତରଣକାରୀଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ସତ୍ୟରଂଜନ ସାହୁ, ଅତିରିକ୍ତ ଜିଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଉପଜିଲାପାଳ ରବିନ୍ଦ୍ର ନାଥ କହଁର, ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ଥିଲେ।

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ୩୬ ତମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ବୌଦ୍ଧ ଜିଲାରୁ ୨୨ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ l ପ୍ରତିଯୋଗୀମାନେ ବିଭିନ୍ନ ବର୍ଗରେ ବିଜୟଲାଭ କରି ୩୬ଟି ମେଡାଲ ହାସଲ କରିଛନ୍ତି l ବୌଦ୍ଧ ଜିଲା ଟିମର କୋଚ ରବି ନାରାୟଣ ବେହେରା, ସମ୍ପାଦକ ରବୀନ୍ଦ୍ର କୁମାର ରାଉତ, ମ୍ୟାନେଜର ରଂଜିତ ରାଉତଙ୍କୁ ଏହି ଅବସରରେ ମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories