www.samajalive.in
Friday, December 12, 2025
27.1 C
Bhubaneswar

ବୌଦ୍ଧଜିଲାକୁ ମିଳିଲା ସମ୍ମାନଜନକ ‘ଭୂମି ସମ୍ମାନ’, ରାଷ୍ଟ୍ରପତିଙ୍କଠାରୁ ସମ୍ମାନ ଗ୍ରହଣ କଲେ ବୌଦ୍ଧ ଉପଜିଲାପାଳ

ବୌଦ୍ଧ: ବୌଦ୍ଧ ଜିଲାକୁ ମିଳିଲା ସମ୍ମାନଜନକ ଭୂମି ସମ୍ମାନ। ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ସମ୍ମାନ ବୌଦ୍ଧଜିଲା ପକ୍ଷରୁ ଉପଜିଲ୍ଲାପାଳ ରବିନ୍ଦ୍ରନାଥ କହଁର ଗ୍ରହଣ କରିଛନ୍ତି। ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ବୌଦ୍ଧ ଜିଲାକୁ ଜମି ରେକର୍ଡର କମ୍ପ୍ୟୁଟରିକରଣ ତଥା ଅଭିନବ ସଂସ୍କାର ଆଣିବା କ୍ଷେତ୍ରରେ ଶ୍ରେଷ୍ଠ ପାରଦର୍ଶିତା ପାଇଁ ଭୂମି ସମ୍ମାନରେ ସମ୍ମାନିତ କରାଯାଇ ପ୍ଲାଟିନମ ପ୍ରମାଣପତ୍ର ପ୍ରଦାନ କରାଯାଇଛି।

ବୌଦ୍ଧ ଜିଲାପାଳଙ୍କ ଆଦେଶକ୍ରମେ ଜିଲା ପ୍ରଶାସନ ପକ୍ଷରୁ ଉପଜିଲାପାଳ ରବୀନ୍ଦ୍ର ନାଥ କହଁର, ଡେପୁଟି କଲେକ୍ଟର ସତ୍ୟଜିତ ମହାପାତ୍ର ଏବଂ ହରଭଙ୍ଗା ଅତିରିକ୍ତ ତହସିଲଦାର ବିଶ୍ୱଜିତ ପ୍ରଧାନ ରାଷ୍ଟ୍ରପତିଙ୍କଠାରୁ ଏହି ସମ୍ମାନଗ୍ରହଣ କରିଛନ୍ତି। ଓଡ଼ିଶା ସମେତ ଦେଶର ୯ଗୋଟି ରାଜ୍ୟର ସଚିବ ଏବଂ ଦେଶର ୬୮ ଗୋଟି ଜିଲାର ଜିଲାପାଳ ଏବଂ ସେମାନଙ୍କ ଟିମକୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଡିଜିଟାଲ ଇଣ୍ଡିଆ ଜମି ରେକର୍ଡ ଆଧୁନିକୀକରଣ କାର୍ଯ୍ୟକ୍ରମରେ ଉତ୍କର୍ଷ କାର୍ଯ୍ୟ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ପ୍ରଥମଥର ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହା ଜିଲାପାଇଁ ଗୌରବର ବିଷୟ ବୋଲି ସାଧାରଣରେ ମତପ୍ରକାଶ ପାଇଛି।

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories